ସାପ୍ତାହିକ ସଂକ୍ରମଣ-ସକ୍ରିୟ ମାମଲାରେ ବ୍ରେକ୍‌…

ନୂଆଦିଲ୍ଲୀ, ୧୭।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି।ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା କମିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ପରେ ପୁଣି କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୮୦ ତଳେ ରହିଛି। ଏହା ୭୯ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୧୪ ଥିଲା। ସେହିପରି ଲଗାତାର ୩ ଦିନ ଧରି ମୃତ୍ୟୁ ସଂଖ୍ୟା ଶୂନ ରହିଛି। ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୩୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୧୧୯ ଥିଲା। ସେହିପରି ୨୪ ଘଣ୍ଟାରେ ୧୬୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୪୪ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୨୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୧ ହଜାର ୨୩୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୮ ହଜାର ୪୭୨ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri