ସାପ୍ତାହିକ ସଂକ୍ରମଣ-ସକ୍ରିୟ ମାମଲାରେ ବ୍ରେକ୍‌…

ନୂଆଦିଲ୍ଲୀ, ୧୭।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି।ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା କମିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ପରେ ପୁଣି କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୮୦ ତଳେ ରହିଛି। ଏହା ୭୯ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୧୪ ଥିଲା। ସେହିପରି ଲଗାତାର ୩ ଦିନ ଧରି ମୃତ୍ୟୁ ସଂଖ୍ୟା ଶୂନ ରହିଛି। ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୩୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୧୧୯ ଥିଲା। ସେହିପରି ୨୪ ଘଣ୍ଟାରେ ୧୬୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୪୪ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୨୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୧ ହଜାର ୨୩୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୮ ହଜାର ୪୭୨ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri