ବାଇକ୍‌ ଡିକି ଭାଙ୍ଗି ଟଙ୍କା ଲୁଟ୍‌, ଅଭିଯୁକ୍ତ ଗିରଫ

ବଡ଼ବିଲ,୨୪ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଡିକି ଭାଙ୍ଗି ଟଙ୍କା ଲୁଟ୍‌ ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ନଗଦ ୨ ହଜାର ଟଙ୍କା ଜବତ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବଡ଼ବିଲ ନ୍ୟୁ ମାର୍କେଟ ପାତ୍ର ହଟିଂ ଅଞ୍ଚଳର ମିଲୁ ପାତ୍ର। ରବିବାର ଅଭିଯୁକ୍ତଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି।

ସୂଚନାନୁଯାୟୀ, ବଡ଼ବିଲ ଆଜାଦ ବସ୍ତି ଅଞ୍ଚଳରେ ରହୁଥିବା ହିମାଂଶୁ ଶେଖର ସିଂହ ନାମକ ଜଣେ ବ୍ୟକ୍ତି ଗତ ଶୁକ୍ରବାର ଷ୍ଟେଟ ବ୍ୟାଙ୍କ୍‌ ଏଟିଏମ୍‌ରୁ ୧୦ ହଜାର ଟଙ୍କା ଉଠାଇ ବାଇକ୍‌ରେ ଟଙ୍କା ରଖିଥିଲେ। ବାଇକ୍‌ଟିକୁ ରାସ୍ତା କଡ଼ରେ ରଖି ପାଉଁରୁଟି ଦୋକାନକୁ ଯାଇଥିଲେ। ଦୋକାନରୁ ଫେରି ବାଇକ୍‌ ଡିକି ଭଙ୍ଗାଯାଇଥିବା ଓ ସେଠାରେ ଥିବା ଟଙ୍କା ଚୋରି ହୋଇଯାଇଥିବା ଦେଖିବାକୁ ପାଇଥିଲେ। ଏ ନେଇ ହିମାଂଶୁ ବଡ଼ବିଲ ଥାନାରେ ଏତଲା ଦେଇଥିବାବେଳେ ପୋଲିସ ବଡ଼ବିଲ ଥାନା ୧୬୨/୨୦୨୨ରେ ଏକ ମାମଲା ରୁଜୁ କରିଥିଲା। ବଜାର ଅଞ୍ଚଳର ବିଭିନ୍ନ ସ୍ଥାନରେ ଲାଗିଥିବା ସିସିଟିଭି ଫୁଟେଜକୁ ତନଖି କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଏଥିରୁ ଅଭିଯୁକ୍ତ ବଡ଼ବିଲ ନ୍ୟୁ ମାର୍କେଟ ଅଞ୍ଚଳର ମିଲୁ ବୋଲି ପୋଲିସ ଜାଣିବାକୁ ପାଇଥିଲା। ଚୋରି କରିବା ପରେ ମିଲୁ ଫେରାର ହୋଇଯାଇଥିବାବେଳେ ପୋଲିସ ରବିବାର ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…

ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?