ବ୍ରେକ୍‌ ଡାଉନ୍‌ ଆଇରନ ବୋଝେଇ ଟ୍ରକ୍‌ ପଛ ପଟୁ ଧକ୍କା ଦେଲା ମାର୍ବଲ ବୋଝେଇ ଟ୍ରକ୍‌: ଚାପି ହୋଇ ରହିଲେ ଡ୍ରାଇଭର

ପାଟଣା,୧।୪(ସ୍ବ .ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ-କୋଲକାତା ୪ ଲେନ ବିଶିଷ୍ଟ ୪୯ ନମ୍ବର ଜାତୀୟରାଜପଥ ଚେମେଣା ବ୍ରାହ୍ମଣବନ୍ଧ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ୨ ମାଲବୋଝେଇ ୧୨ ଚକିଆ ଟ୍ରକ ମଧ୍ୟରେ ଭୟଙ୍କର ଦୁର୍ଘଟଣା ହୋଇଛି। ଚେମେଣା ତୁରୁମୁଙ୍ଗା ରାସ୍ତାରେ ଛିଡ଼ା ହୋଇଥିବା ଏକ ବ୍ରେକ୍‌ ଡାଉନ୍‌ ଆଇରନ ବୋଝେଇ ଟ୍ରକ୍‌ ପଛପଟୁ ଏକ ମାର୍ବଲ ବୋଝେଇ ଟ୍ରକ ଧକ୍କା ଦେଇଥିଲା। ଏଥିରେ ମାର୍ବୋଲ ବୋଝେଇ ଟ୍ରକ୍‌ର ଡ୍ରାଇଭର ଗାଡି ଭିତରେ ଚାପି ହୋଇ ରହିଛନ୍ତି । ଖବରପାଇ ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ଓ କେନ୍ଦୁଝର ଅଗ୍ନିଶମ କର୍ମଚାରୀ ପହଞ୍ଚି ଚାପି ହୋଇ ରହିଥିବା ଡ୍ରାଇଭରଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ । ଦୀର୍ଘ ସମୟ ପ୍ରଚେଷ୍ଟାପରେ ଅଗ୍ନିଶମ ବିଭାଗ ଗ୍ୟାସ୍‌ କଟରରେ କାଟି ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆପଠାଇଛନ୍ତି। ଗୁରୁତର ଟ୍ରକ୍‌ ଡ୍ରାଇଭରଙ୍କ ପରିଚୟ ମିଳିପାରି ନାହିଁ।
ତେବେ ଦୁର୍ଘଟଣାଯୋଗୁ ରାସ୍ତାରେ ଗାଡ଼ି ଚଳାଚଳରେ ବ୍ୟାଘାତ ସୃଷ୍ଟି ହୋଇଛି । ଉକ୍ତ ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଉତ୍ତେଜନା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri