ଚୋରଙ୍କ ଟେର୍‌ ପାଉନି ପୋଲିସ: ଘର ଭାଙ୍ଗି ସୁନା ଗହଣା ଲୁଟି ନେଉଛନ୍ତି

ଟେନସା,୧।୮(ସମୀର କୁମାର ପାଢୀ):ସୁନ୍ଦରଗଡ ଜିଲା କୋଇଡା ଓ ଟେନସା ଖଣି ଅଞ୍ଚଳରେ ବାରମ୍ବାର ଚୋରି ହେଉଛି। ହେଲେ ପୋଲିସ ଚୋରଙ୍କୁ ଧରିବାରେ ବିଫଳ ହେଉଛି। ଚୋରମାନେ ଟାର୍ଗେଟ କରି ବିଭିନ୍ନ କମ୍ପାନୀମାନଙ୍କ କଲୋନୀରେ ପଶି ପଶି ଲକ୍ଷ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଉଛନ୍ତି। ଗତ ୧୫ଦିନ ତଳେ କୋଇଡା ଥାନା ଅନ୍ତର୍ଗତ ସାନଇନ୍ଦୁପୁର ରୁଙ୍ଗଟା କଲୋନୀରେ ଚୋରମାନେ ପଶି ଘରେ କେହି ନ ଥିବାବେଳେ ୧୫ଟି ଘରୁ ଦୁର୍ବୃତ୍ତମାନେ ଚୋରି କରି ନେଇଛନ୍ତି ପାଖାପାଖି ୪୦ ଲକ୍ଷ୍ୟ ଟଙ୍କାର ସୁନା ଗହଣା। ପୋଲିସ ତଦନ୍ତ ଜାରି ରଖିବାବେଳେ ଚୋରଙ୍କୁ ଧରିବାରେ ବିଫଳ ହୋଇଛି।
ପୁଣି ବୁଧବାର ରାତିରେ ଟେନସା ଫାଣ୍ଡି ଅନ୍ତର୍ଗତ ଜିନ୍ଦଲ କଲୋନୀରେ ଚୋରମାନେ ୭ଟି ଘରର ତାଲା ଭାଙ୍ଗି ଟଙ୍କା, ସୁନା ଅଳଙ୍କାର ଲୁଟି ନେଇ ଯାଇଛନ୍ତି। ଖବର ପାଇ ଟେନସା ଫାଣ୍ଡି ଅଧିକାରୀ ଏସ. ଦେହୁରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ମିଳିଥିବା ସୂଚନା ଅନୁଯାୟୀ, ଚୋରମାନେ ରୁଙ୍ଗୁଟା କଲୋନୀରେ ଚୋରି କଲାପରି ସମାନ ଢଙ୍ଗରେ ଗତକାଲି ରାତିରେ ଷ୍ଟାଫ ଛୁଟିରେ ଘରେ ନ ଥିବାର ସୁଯୋଗ ନେଇ ଚୋରମାନେ କଲୋନୀ ଭତରେ ପଶି ୬ ଟି ଘରର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ସମେତ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ କାହାର କ’ଣ ଚୋରି ହୋଇଛି ତାହା ଜଣାପଡିନାହିଁ। ଚୋରମାନେ ପୋଲିସକୁ ଚାଲେଞ୍ଜ ଦେଇ କମ୍ପାନୀର କଲୋନୀ ଭିତରେ ପଶି ଚୋରି କରିବାରେ ସଫଳ ହେଉଛନ୍ତି। ଏନେଇ ପୋଲିସ କି କି ପଦକ୍ଷେପ ନେଇ ଚୋରକୁ ଧରିବାରେ ସଫଳ ହେଉଛି କି ବିଫଳ ହେଉଛି ତାହା ସମୟ କହିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri