Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି ଅସୁସ୍ଥ ଥିଲେ। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଥିଲା। ତଥାପି ଏବେ ସେ ସବୁଦିନ ପାଇଁ ଏହି ଦୁନିଆ ଛାଡି ଚାଲିଯାଇଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରଠାରୁ ପଞ୍ଜାବୀ ସିନେମାଜଗତରେ ଶୋକର ଲହରୀ ଖେଳିଯାଇଛି। ହଂସରାଜ ହଂସଙ୍କ ପ୍ରଶଂସକମାନେ ସୋସିଆଲ ମିଡିଆରେ ସେମାନଙ୍କର ଦୁଃଖ ପ୍ରକାଶ କରୁଛନ୍ତି।

ଗଣମାଧ୍ୟମ ରିପୋର୍ଟ ଅନୁସାରେ, ହଂସରାଜଙ୍କ ପତ୍ନୀ ରେଶମ ଅପରାହ୍ନ ୧ଟାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗାୟକଙ୍କ ପତ୍ନୀଙ୍କର ହୃଦରୋଗ ଥିଲା। କିଛି ସମୟ ପୂର୍ବରୁ ତାଙ୍କ ଶରୀରରେ ଏକ ଷ୍ଟଣ୍ଟ ମଧ୍ୟ ଲଗାଯାଇଥିଲା। ଏହା ସତ୍ତ୍ୱେ ଗାୟକଙ୍କ ପତ୍ନୀ ଅଧିକ ଦିନ ବଞ୍ଚି ପାରିଲେ ନାହିଁ। ରେଶମ କୌରଙ୍କ ଭାଇ ପରମଜିତ ସିଂହ ଗଣମାଧ୍ୟମକୁ କହିଛନ୍ତି ଯେ ରେଶମ ଗତ ୫ ଦିନ ଧରି ହସ୍ପିଟାଲରେ ଥିଲେ। କିଛି ଦିନ ପୂର୍ବେ ତାଙ୍କର ହୃଦଘାତ ହୋଇଥିଲା। ତାଙ୍କୁ ସେହି ସମୟରେ ମଧ୍ୟ ଭର୍ତ୍ତି କରାଯାଇଥିଲା। ସେତେବେଳେ ଡାକ୍ତରମାନଙ୍କ ତତ୍ତ୍ୱାବଧାନରେ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିଲେ। ତେବେ ରେଶମଙ୍କ ଶେଷକୃତ୍ୟ ଆସନ୍ତାକାଲି ସକାଳ ୧୧ଟାରେ ଶାଫିପୁରରେ କରାଯିବ ବୋଲି ଜଣାପଡ଼ିଛି।

ଆପଣଙ୍କୁ କହି ରଖୁଛୁ ଯେ ପଞ୍ଜାବୀ ସିନେମା ବ୍ୟତୀତ ହଂସରାଜ ବଲିଉଡରେ ମଧ୍ୟ ନିଜର ପତିଆରା ବିସ୍ତାର କରିଛନ୍ତି। ସେ କଚ୍ଚେ ଧାଗେ, ବିଚ୍ଛୁ, ଯୋଡି ନଂ ୧ ଭଳି ଅନେକ ଚଳଚ୍ଚିତ୍ରରେ ଗୀତ ଗାଇଛନ୍ତି। ଗୀତ ଗାଇବା ବ୍ୟତୀତ ହଂସରାଜ ରାଜନୀତିରେ ମଧ୍ୟ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସେ ପୂର୍ବରୁ ଉତ୍ତର-ପଶ୍ଚିମ ଦିଲ୍ଲୀରୁ ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ। ୨୦୨୪ରେ ଭାଜପା ଫରିଦକୋଟ ଲୋକ ସଭା ଆସନରୁ ତାଙ୍କୁ ପ୍ରାର୍ଥୀ କରିଥିଲା, ଯେଉଁଥିରେ ସେ ହାରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri