Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି ଅସୁସ୍ଥ ଥିଲେ। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଥିଲା। ତଥାପି ଏବେ ସେ ସବୁଦିନ ପାଇଁ ଏହି ଦୁନିଆ ଛାଡି ଚାଲିଯାଇଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରଠାରୁ ପଞ୍ଜାବୀ ସିନେମାଜଗତରେ ଶୋକର ଲହରୀ ଖେଳିଯାଇଛି। ହଂସରାଜ ହଂସଙ୍କ ପ୍ରଶଂସକମାନେ ସୋସିଆଲ ମିଡିଆରେ ସେମାନଙ୍କର ଦୁଃଖ ପ୍ରକାଶ କରୁଛନ୍ତି।

ଗଣମାଧ୍ୟମ ରିପୋର୍ଟ ଅନୁସାରେ, ହଂସରାଜଙ୍କ ପତ୍ନୀ ରେଶମ ଅପରାହ୍ନ ୧ଟାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗାୟକଙ୍କ ପତ୍ନୀଙ୍କର ହୃଦରୋଗ ଥିଲା। କିଛି ସମୟ ପୂର୍ବରୁ ତାଙ୍କ ଶରୀରରେ ଏକ ଷ୍ଟଣ୍ଟ ମଧ୍ୟ ଲଗାଯାଇଥିଲା। ଏହା ସତ୍ତ୍ୱେ ଗାୟକଙ୍କ ପତ୍ନୀ ଅଧିକ ଦିନ ବଞ୍ଚି ପାରିଲେ ନାହିଁ। ରେଶମ କୌରଙ୍କ ଭାଇ ପରମଜିତ ସିଂହ ଗଣମାଧ୍ୟମକୁ କହିଛନ୍ତି ଯେ ରେଶମ ଗତ ୫ ଦିନ ଧରି ହସ୍ପିଟାଲରେ ଥିଲେ। କିଛି ଦିନ ପୂର୍ବେ ତାଙ୍କର ହୃଦଘାତ ହୋଇଥିଲା। ତାଙ୍କୁ ସେହି ସମୟରେ ମଧ୍ୟ ଭର୍ତ୍ତି କରାଯାଇଥିଲା। ସେତେବେଳେ ଡାକ୍ତରମାନଙ୍କ ତତ୍ତ୍ୱାବଧାନରେ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିଲେ। ତେବେ ରେଶମଙ୍କ ଶେଷକୃତ୍ୟ ଆସନ୍ତାକାଲି ସକାଳ ୧୧ଟାରେ ଶାଫିପୁରରେ କରାଯିବ ବୋଲି ଜଣାପଡ଼ିଛି।

ଆପଣଙ୍କୁ କହି ରଖୁଛୁ ଯେ ପଞ୍ଜାବୀ ସିନେମା ବ୍ୟତୀତ ହଂସରାଜ ବଲିଉଡରେ ମଧ୍ୟ ନିଜର ପତିଆରା ବିସ୍ତାର କରିଛନ୍ତି। ସେ କଚ୍ଚେ ଧାଗେ, ବିଚ୍ଛୁ, ଯୋଡି ନଂ ୧ ଭଳି ଅନେକ ଚଳଚ୍ଚିତ୍ରରେ ଗୀତ ଗାଇଛନ୍ତି। ଗୀତ ଗାଇବା ବ୍ୟତୀତ ହଂସରାଜ ରାଜନୀତିରେ ମଧ୍ୟ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସେ ପୂର୍ବରୁ ଉତ୍ତର-ପଶ୍ଚିମ ଦିଲ୍ଲୀରୁ ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ। ୨୦୨୪ରେ ଭାଜପା ଫରିଦକୋଟ ଲୋକ ସଭା ଆସନରୁ ତାଙ୍କୁ ପ୍ରାର୍ଥୀ କରିଥିଲା, ଯେଉଁଥିରେ ସେ ହାରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri