ମୁଖ୍ୟ କବାଟ ଭାଙ୍ଗି ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ 

ଆଠଗଡ଼,୨୫।୧୧: କଟକ ଜିଲା ଆଠଗଡ଼ଠାରେ ଥିବା ଧବଳେଶ୍ୱରଙ୍କ ମନ୍ଦିରେ ବ୍ୟାରିକେଡ ବ୍ୟବସ୍ଥାକୁ ନେଇ ପ୍ରଶାସନ ଓ ପୂଜକଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। ଶୁକ୍ରବାର ପୂଜକମାନେ ମନ୍ଦିର ମୁଖ୍ୟଦ୍ୱାରରେ ଧାରଣାରେ ବସିଥିଲେ। ଯାହା ଫଳରେ ଶ୍ରଦ୍ଧାଳୁମାନେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ବଞ୍ଚିତ ହୋଇଥିଲେ। ହେଲେ ଶନିବାର ଭକ୍ତମାନେ ମୁଖ୍ୟ ଦ୍ୱାର କବାଟ ଭାଙ୍ଗି ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିଥିଲେ।
ବଡ଼ ଓଷାରେ ଶହଶହ ଶ୍ରଦ୍ଧାଳୁ ମନ୍ଦିରରେ ଭିଡ଼ ଜମାଇଥିବା  ବେଳେ ବିବାଦ ଯୋଗୁ  ଶନିବାର ମଧ୍ୟ ମନ୍ଦିରରେ ଦର୍ଶନ ବନ୍ଦ ଥିଲା। ହେଲେ  ଭୋରରୁ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ମନ୍ଦିରରେ ଆସି ପହଞ୍ଚିଥିଲେ। ବଡ଼ ସିଂହାର ବେଶ ଦର୍ଶନ କରିବାକୁ ଲୋକେ ଅପେକ୍ଷା କରି ଶେଷରେ ମୁଖ୍ୟ କବାଟକୁ ଭାଙ୍ଗି ଭିତରେ ପଶିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?