Posted inଖେଳ

ଅନ୍ୟ ଧର୍ମରେ ବିବାହ କରିଛନ୍ତି ଏହିସବୁ ପ୍ରସିଦ୍ଧ କ୍ରିକେଟର

ଭାରତୀୟ କ୍ରିକେଟରେ ଏମିତି କିଛି ଖେଳାଳି ଅଛନ୍ତି ଯେଉଁମାନେ ଅନ୍ୟ ଧର୍ମରେ ବିବାହ କରି ସମାଜ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ସେମିତି କିଛି କ୍ରିକେଟଙ୍କ ସମ୍ପର୍କରେ ଜାଣନ୍ତୁ

ମହମ୍ମଦ କୈଫ୍‌
ଭାରତୀୟ କ୍ରିକେଟରେ ଜଣେ ଜବରଦସ୍ତ ଫିଲ୍ଡର ଭାବେ ପରିଚିତ ମହମ୍ମଦ କୈଫ୍‌ ପୂଜା ଯାଦବଙ୍କୁ ବିବାହ କରିଛନ୍ତି। ପେସାରେ ଜଣେ ପତ୍ରକାର ଥିବା ପୂଜାଙ୍କୁ ୪ବର୍ଷ ଧରି ପ୍ରେମ ସମ୍ପର୍କ ପରେ ଉଭୟ ବିବାହ କରିଥିଲେ। ୨୦୧୧ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।

ଜାହିର୍‌ ଖାନ୍‌
ଭାରତୀୟ ଦଳର ପୂର୍ବତନ ପେସ୍‌ ବୋଲର୍‌ ଜାହିର୍‌ ଖାନ୍‌ ବଲିଉଡ୍‌ ଅଭିନେତ୍ରୀ ସାଗରିକା ଘାଟଗେଙ୍କୁ ବିବାହ କରିଥିଲେ। ଜାହିର୍‌ ମୁସଲମାନ ସମ୍ପ୍ରଦାୟର ହୋଇଥିବାବେଳେ ସାଗରିକା ହିନ୍ଦୁ ଧର୍ମର ଥିଲେ।

ଅଜିତ ଅଗରକର
ଭାରତୀୟ ଦଳର ପୂର୍ବତନ ପେସ୍‌ ବୋଲର୍‌ ଅଜିତ୍‌ ଅଗରକର ନିଜ ବନ୍ଧୁଙ୍କ ଭଉଣୀଙ୍କୁ ବିବାହ କରିଥିଲେ। ତାଙ୍କ ବନ୍ଧୁ ମଜହର ଭଉଣୀ ଫାତିମାକୁ ନେଇ ମ୍ୟାଚ୍‌ ଦେଖିବାକୁ ଆସୁଥିବାବେଳେ ଅଜିତ୍‌ଙ୍କ ପ୍ରେମରେ ପଡିଥିଲେ। ପରେ ଉଭୟ ବିବାହ କରିଥିଲେ।

ମହମ୍ମଦ ଆଜାରୁଦ୍ଦିନ
ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଜାରୁଦ୍ଦିନ ବଲିଉଡ୍‌ ଅଭିନେତ୍ରୀ ସଙ୍ଗୀତା ବିଜଲାନଙ୍କୁ ବିବାହ କରିଥିଲେ।

ମନସୁର୍‌ ଅଲ୍ଲୀ ଖାନ୍‌ ପୌଟଦୀ
ଭାରତୀୟ କ୍ରିକେଟର ପୂର୍ବତନ ଅଧିନାୟକ ମନସୁର୍‌ ଅଲ୍ଲୀ ଖାନ୍‌ ପୌଟଦୀ ବଲିଉଡ୍‌ ଅଭିନେତ୍ରୀ ଶର୍ମିଳା ଟାଗୋରଙ୍କୁ ପ୍ରେମ ବିବାହ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri