Posted inଖେଳ

ଭିନେଶଙ୍କ ପାଇଁ ଖୁସିଖବର, ମିଳିପାରେ ପଦକ!

ନୂଆଦିଲ୍ଲୀ,୮।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ୫୦ କିଲୋଗ୍ରାମ ଫ୍ରିଷ୍ଟାଇଲ ସ୍ବର୍ଣ୍ଣ ପଦକ ମ୍ୟାଚ ପୂର୍ବରୁ ଭାରତୀୟ ମହିଳା ରେସଲର ଭିନେଶ ଫୋଗଟଙ୍କୁ ନିର୍ଦ୍ଦିଷ୍ଟ ଓଜନଠାରୁ ୧୦୦ ଗ୍ରାମ ଅଧିକ ଥିବାରୁ ଅଯୋଗ୍ୟ କରାଯାଇଥିଲା। ଏହି ନିଷ୍ପତ୍ତି ପରେ ଭାରତୀୟ ଅଲିମ୍ପିକ ଆସୋସିଏସନ ଏକ ଦୃଢ ଆପତ୍ତି ଉଠାଇଥିବାବେଳେ ଭିନେଶ ମଧ୍ୟ ନିରାଶ ହୋଇଥିଲେ। ଅନ୍ତତଃପକ୍ଷେ ତାଙ୍କୁ ରୌପ୍ୟ ପଦକ ଦିଆଯିବା ଉଚିତ ବୋଲି ଭିନେସ୍‌ ଫୋଗେଟ କୋର୍ଟ ଅଫ ଆର୍ବିଟ୍ରେସନ ଫର୍‌ ସ୍ପୋର୍ଟସ (ସିଏସଏ)ରେ ଆବେଦନ କରିଥିଲେ। ସିଏସଏ ତାଙ୍କ ଆବେଦନକୁ ଗ୍ରହଣ କରିଛି। ତେବେ ଏହା ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ଏପର୍ଯ୍ୟନ୍ତ ଆସି ନାହିଁ।
ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରୁ ଭିନେଶ ଫୋଗଟଙ୍କ ଅଯୋଗ୍ୟତା ପରେ ରେସଲିଂ ଫେଡେରେସନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ୟୁନାଇଟେଡ ୱାଲର୍‌ଡ ରେସଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)କୁ ଦାବି କରିଥିଲା ଯେ, ଭିନେଶଙ୍କୁ କିଛି ସମୟ ଦିଆଯାଉ। କିନ୍ତୁ ୟୁଡବ୍ଲ୍ୟୁଡବ୍ଲ୍ୟୁ ଆବେଦନ ସତ୍ତ୍ୱେ ଭିନେଶଙ୍କ ଅଯୋଗ୍ୟତା ପ୍ରତ୍ୟାହାର କରାଯିବ ନାହିଁ ବୋଲି ସ୍ପଷ୍ଟ କରିଥିଲା।
ଭିନେଶ ଫୋଗଟ ଅଯୋଗ୍ୟ ଘୋଷିତ ହେବା ପରେ ଗୁରୁବାର ସକାଳୁ ଅବସର ଘୋଷଣା କରିଛନ୍ତି। ସେ ତାଙ୍କ ପୋଷ୍ଟ ରେ ଲେଖିଛନ୍ତି, ମା’ କୁସ୍ତି ମୋଠାରୁ ଜିତିଗଲା, ମୁଁ ହାରିଗଲି, ମୋତେ କ୍ଷମା କରିବ, ତୁମର ସ୍ବପ୍ନ, ମୋର ସାହସ ସବୁ ଭାଙ୍ଗିଗଲା, ମୋର ଆଉ ଅଧିକ ଶକ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି।…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri