Advertisement

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୪୦୧ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୫୩୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୯ ହଜାର ୧୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୧ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୬୪ ହଜାର୧୨୯ ଜଣ ଚିକିତ୍ସିତ ହେଉଛନ୍ତି। ୧୪୯ ଦିନ ପରେ ସକ୍ରିୟ ମାମଲା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨.୦୫ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୫ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୩ ହଜାର ୪୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୬ କୋଟି ୬୪ ଲକ୍ଷ ୮୮ ହଜାର ୪୩୩ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୬ ଲକ୍ଷ ୩୬ ହଜାର ୩୩୬ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୦ କୋଟି ୩ ଲକ୍ଷ ୮୪୦ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୮ ଲକ୍ଷ ୭୩ ହଜାର ୭୫୭ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୫ ଲକ୍ଷ ୨୫ ହଜାର ୮୦ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ମୋଟ ୩ କୋଟି ୨୩ ଲକ୍ଷ ୨୨ ହଜାର ୨୮୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଗସ୍ତ ପୂର୍ବରୁ ଅହମଦାବାଦ ପହଞ୍ଚିଲେ ୨୦୦ ଆମେରିକା ସୁରକ୍ଷାକର୍ମୀ: ସ୍ବତନ୍ତ୍ର ଗାଡିରେ କରିବେ ରୋଡ ଶୋ’

ଅହମଦାବାଦ,୧୮।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ୨ ଦିନିଆ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି।...

ବିବାଦରେ ବିହାର ପୋଲିସ ଅଧିକାରୀ

ପାଟନା,୧୪।୭: ବିହାରର ଜଣେ ବରିଷ୍ଠ ପୋଲିସ ଅଧିକାରୀ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ ଏକ ଆତଙ୍କବାଦୀ ସଙ୍ଗଠନ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ସହ...

ଓମିକ୍ରନର ବିଏଫ୍‌.୭, ବିଏ.୫.୧.୭ସବ୍‌-ଭାରିଆଣ୍ଟ ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ଚେତାବନୀ…

ବେଜିଂ,୧୧।୧୦: ଓମିକ୍ରନର ବିଏଫ୍‌.୭ ଏବଂ ବିଏ.୫.୧.୭ ସବ୍‌-ଭାରିଆଣ୍ଟ ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ପକ୍ଷରୁ ଏକ ଚେତାବନୀ ଦିଆଯାଇଛି। କୁହାଯାଇଛି ଯେ ଏହି ଦୁଇ ଭାରିଆଣ୍ଟ ଶୀଘ୍ର...

ରାଜଧାନୀରେ କରୋନା ସତର୍କତା: ସର୍ବସାଧାରଣସ୍ଥାନକୁ ସଂକ୍ରମଣ ମୁକ୍ତ କରିବାକୁ ବିଶୋଧକ ସ୍ପ୍ରେ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ରାଜଧାନୀରେ କରୋନା ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସର୍ବସାଧାରଣସ୍ଥାନକୁ ସଂକ୍ରମଣମୁକ୍ତ କରିବାକୁ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ବିଏମ୍‌ସିର ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱରର ବାପୁଜି...

ନାଗାଲାଣ୍ଡ ହିଂସା: ଯେଉଁଠି ହୋଇଥିଲା ବିବାହ ସେଇଠି ହେଲା ସଂସ୍କାର

କୋହିମା,୭ ।୧୨: ନାଗାଲାଣ୍ଡର ମୋନ ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୧୪ ସାଧାରଣ ନାଗରିକଙ୍କ ମୃତ୍ୟୁ ସମସ୍ତଙ୍କୁ ଚମକାଇ ଦେଇଥିଲା । ଯେତେବେଳେ ଏମାନଙ୍କ ମୃତ ଦେହ...

ସୋନିଆଙ୍କ ନୂଆ ରିପୋର୍ଟ ବି କରୋନା ପଜିଟିଭ, ଇଡି ପାଖରୁ ମାଗିଲେ ୩ ସପ୍ତାହ ସମୟ

ନୂଆଦିଲ୍ଲୀ,୯ ।୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଦ୍ୱିତୀୟ ରିପୋର୍ଟ ବି କରୋନା ପଜିଟିଭ ଆସିଛି । ଏହାପରେ ସେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ପତ୍ର ଲେଖି...

ପରୀକ୍ଷାର ଦିନକ ପୂର୍ବରୁ ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ, ୯।୧୦: ୟୁପିଏସ୍‌ସି ପ୍ରିଲିମ୍‌ ୨୦୨୧ ପରୀକ୍ଷା ରବିବାର ଅନୁଷ୍ଠିତ ହେବାକୁ ଥିବାବେଳେ ଏହାର ଦିନକ ପୂର୍ବରୁ କେନ୍ଦ୍ରୀୟ ଦିଲ୍ଲୀର ରାଜେନ୍ଦ୍ର ନଗରରେ ଜଣେ ୨୫...

ବିଚାରପତିଙ୍କ ସୁରକ୍ଷା ନେଇ ଟାସ୍କ୍‌ ଫୋର୍ସ ଗଠନ ଦାବି ପ୍ରତି କେନ୍ଦ୍ର ସରକାରଙ୍କ ଅସହମତି…

ନୂଆଦିଲ୍ଲୀ,୧୭।୮: ବିଚାରପତିମାନଙ୍କୁ ସୁରକ୍ଷା ଦେବା ପାଇଁ ଏକ ଟାସ୍କ୍‌ ଫୋର୍ସ ଗଠନ ଦାବିକୁ କେନ୍ଦ୍ର ସରକାର ଅଯୌକ୍ତିକ କହିଛନ୍ତି। ଏଥିରେ ଅସହମତି ପ୍ରକାଶ କେନ୍ଦ୍ର ସରକାର...

Advertisement
Archives

Model This Week