ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୪୦୧ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୫୩୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୯ ହଜାର ୧୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୧ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୬୪ ହଜାର୧୨୯ ଜଣ ଚିକିତ୍ସିତ ହେଉଛନ୍ତି। ୧୪୯ ଦିନ ପରେ ସକ୍ରିୟ ମାମଲା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨.୦୫ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୫ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୩ ହଜାର ୪୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୬ କୋଟି ୬୪ ଲକ୍ଷ ୮୮ ହଜାର ୪୩୩ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୬ ଲକ୍ଷ ୩୬ ହଜାର ୩୩୬ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୦ କୋଟି ୩ ଲକ୍ଷ ୮୪୦ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୮ ଲକ୍ଷ ୭୩ ହଜାର ୭୫୭ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୫ ଲକ୍ଷ ୨୫ ହଜାର ୮୦ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ମୋଟ ୩ କୋଟି ୨୩ ଲକ୍ଷ ୨୨ ହଜାର ୨୮୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।

Share