ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୧୯।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ୮ ମାସ ପରେ ଦୈନିକ ସଂକ୍ରମଣ ୧୪ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୩ ହଜାର ୫୮ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୬୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୯ ହଜାର ୪୭୦ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ୨୩୧ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ ରହିଛି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୨ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୮୩ ହଜାର ୧୧୮ ରହିଛି। ୨୨୭ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨ ପ୍ରତିଶତରୁ କମ୍‌ ରହିଛି। ସକ୍ରିୟ ମାମଲା ୦.୫୬ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୨ ହଜାର ୪୫୪ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୯୮ କୋଟି ୬୭ ଲକ୍ଷ ୬୯ ହଜାର ୪୧୧ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୫ ହଜାରରୁ ଅଧିକ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୯ କୋଟି ୧୯ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୯ ଲକ୍ଷ ୮୯ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୪ ଲକ୍ଷ ୫୮ ହଜାର ୮୦୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୦ ଲକ୍ଷ ୯୪ ହଜାର ୩୭୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୬୭୬ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୬୦ ଛୁଇଁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri