ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୯୦୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୧୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟାରେ ଗତ ୨୪ ଘଣ୍ଟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ସେହିପରି ଏହି ସମୟ ମଧ୍ୟରେ ୧୪ ହଜାର ୧୫୯ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୨ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୫୧ ହଜାର ୨୦୯ ରହିଛି।

୨୫୨ ଦିନ ପରେ ଏହା ସର୍ବନିମ୍ନ ଅଛି। ସାପ୍ତାହିକ ପଜିଟିଭ୍‌ ହାର ୧.୧୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୧ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୪ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୮ ହଜାର ୮୮୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୦୭ କୋଟି ୨୯ ଲକ୍ଷ ୬୬ ହଜାର ୩୧୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୪୧ ଲକ୍ଷ ୧୬ ହଜାର ୨୩୦ ଜଣଙ୍କୁ ଟିକାଦାନ କରାଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୬୦ କୋଟି ୮୩ ଲକ୍ଷ ୧୯ ହଜାର ୯୧୫ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୧ ଲକ୍ଷ ୩୫ ହଜାର ୧୪୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୬ ଲକ୍ଷ ୯୭ ହଜାର ୭୪୦ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୯୬ ହଜାର ୨୩୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri