ଷ୍ଟେଜ୍‌-୩ରେ ଭଲ ହୋଇପାରିବ ସ୍ତନ କର୍କଟ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ସ୍ତନ କର୍କଟର ବି ଚିକିତ୍ସା ହୋଇପାରିବ। ଖୁବ୍‌ଶୀଘ୍ର ଏଥିପାଇଁ ଔଷଧ ଆସିବ। ଷ୍ଟେଜ୍‌-୩ରେ ଥିବା ସ୍ତନ କର୍କଟ ରୋଗ ମଧ୍ୟ ଭଲ ହୋଇପାରିବ। ଏହାର ଚିକିତ୍ସା କ୍ଷେତ୍ରରେ ଓଡ଼ିଆ ବୈଜ୍ଞାନିକ ସଫଳତା ହାସଲ କରିଛନ୍ତି। ଭୁବନେଶ୍ୱର ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍‌ଏସ୍‌)ର ସିନିୟର୍‌ ମଲିକ୍ୟୁଲାର୍‌ ଅଙ୍କୋଲୋଜିଷ୍ଟ ଡ. ସନ୍ଦୀପ ମିଶ୍ର ସ୍ତନ କର୍କଟର ଟ୍ୟୁମର ଦମନକାରୀ ଜିନ୍‌ ଆବିଷ୍କାର କରିଛନ୍ତି। ସେହିପରି ସ୍ତନ କର୍କଟରୁ ସୁରକ୍ଷା ଦେଉଥିବା ଔଷଧ ଉଦ୍ଭାବନ ମଧ୍ୟ ହୋଇଛି। ଏହା ମାନବ ପରୀକ୍ଷଣ ନିମନ୍ତେ କେନ୍ଦ୍ର ସରକାରଙ୍କ ସ୍ବୀକୃତି ଲାଭ କରିଛି। ଡା. ମିଶ୍ର ସ୍ତନ କର୍କଟ ରୋଗୀଙ୍କ ପାଇଁ ଔଷଧ ଉଦ୍ଭାବନ ପାଇଁ ୨୦ବର୍ଷ ହେଲା ଗବେଷଣା କରୁଛନ୍ତି। ଭାରତ ସରକାରଙ୍କ ବାୟୋ ଟେକ୍ନୋଲୋଜି ବିଭାଗ ପକ୍ଷରୁ ପାଣ୍ଠି ଯୋଗାଇ ଦିଆଯାଇଛି। ନିକଟରେ ଡ. ମିଶ୍ର ସ୍ତନ କର୍କଟର ସଫଳ ଚିକିତ୍ସା ପାଇଁ ଡିଜେଡ୍‌ଏନ୍‌ଇପିଏ ଓ ଏମ୍‌ଏଲ୍‌ଏନ୍‌ ୪୯୨୪ ଔଷଧ ଆବିଷ୍କାର କରିଛନ୍ତି। ଲ୍ୟାବରେ ମୂଷା ଉପରେ ଏହି ଔଷଧର ପରୀକ୍ଷଣ ସଫଳ ହେବା ପରେ ମାନବ ପରୀକ୍ଷଣ ପାଇଁ ଅନୁମତି ମିଳିସାରିଛି। ଭୁବନେଶ୍ୱର ଏମ୍ସ ସହିତ ମିଳିତ ଭାବେ ମାନବ ପରୀକ୍ଷଣ ଆରମ୍ଭ ହେବ। ଏଥିସହ ସର୍ବଭାରତୀୟ ସ୍ତରରେ ମଧ୍ୟ ଔଷଧର ମାନବ ପରୀକ୍ଷଣ ଆରମ୍ଭ ହେବାକୁ ଯାଉଛି। ଏହି ପରୀକ୍ଷଣ ସଫଳ ହେଲେ ଏକ ମାରାତ୍ମକ ବ୍ୟାଧିର ସହଜ ଉପଚାର ପାଇଁ ପଥ ପରିଷ୍କାର ହେବ ବୋଲି ଡା. ମିଶ୍ର କହିଛନ୍ତି। ଆସନ୍ତା ୨ ରୁ ୩ ବର୍ଷ ମଧ୍ୟରେ ବଜାରରେ ଏହି ଔଷଧ ଅପେକ୍ଷାକୃତ କମ୍‌ ମୂଲ୍ୟରେ ଉପଲବ୍ଧ ହେବ ଏବଂ ଏହା କିଣିବା ପାଇଁ ସମସ୍ତଙ୍କ ପକ୍ଷରେ ସମ୍ଭବ ହେବ ବୋଲି ଡା. ମିଶ୍ର କହିଛନ୍ତି। ଆବିଷ୍କାର ହୋଇଥିବା ଦୁଇ ଔଷଧ ମଧ୍ୟରୁ ଗୋଟିଏର ମାନବ ପରୀକ୍ଷଣ ପାଇଁ ଭାରତ ସରକାର ଅନୁମତି ପ୍ରଦାନ କରିଛନ୍ତି। ଏହି ଔଷଧ ଦ୍ୱାରା ଷ୍ଟେଜ୍‌-୩ରେ ଥିବା ସ୍ତନ କର୍କଟ ରୋଗର ସଫଳ ଚିକିତ୍ସା ହୋଇପାରିବ। ସ୍ତନ କର୍କଟର ମୁଖ୍ୟ ଉପାଦାନ କୁହାଯାଉଥିବା ଟ୍ୟୁମର ଦମନକାରୀ ଅଣୁ ଯଥା-ଇଆରଆରବି ଓ ଏମ୍‌ଆଇସିଓଏ ଉପରେ ଅଧ୍ୟୟନ କରାଯାଇଛି। ସ୍ତନ କର୍କଟରେ ଟ୍ୟୁମର ଦମନକାରୀ ଜିନ୍‌ ଆବିଷ୍କାରକୁ ବିଶ୍ୱର ବିଭିନ୍ନ ଖ୍ୟାତନାମା ଗବେଷଣା ସଂସ୍ଥା ପକ୍ଷରୁ ସ୍ବୀକୃତି ମିଳିଛି। ଔଷଧ ଏବଂ ଜିନ୍‌ର ଆବିଷ୍କାର ସମ୍ପର୍କରେ ନେଚର ଗ୍ରୁପ୍‌ ଅଫ୍‌ ଜର୍ନାଲରେ ଡା. ମିଶ୍ରଙ୍କ ସନ୍ଦର୍ଭ ପ୍ରକାଶ ପାଇଛି। ଦେଶରେ ୧ ଲକ୍ଷ ମହିଳାଙ୍କ ମଧ୍ୟରୁ ୨୫.୮% ମହିଳା ସ୍ତନ କର୍କଟରେ ପୀଡ଼ିତ ହେଉଛନ୍ତି ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେବେ ଆବିଷ୍କୃତ ଔଷଧ ବଜାରକୁ ଆସିଲେ ବିଶ୍ୱବାସୀଙ୍କ ପାଇଁ ଖୁସି ଖବର ହେବ ବୋଲି ଅଙ୍କୋଲୋଜିଷ୍ଟମାନେ ମତପ୍ରକାଶ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri