କରୋନା ଆକ୍ରାନ୍ତ ଶିଶୁଙ୍କୁ ଭଲ କରିବ ମା’ କ୍ଷୀର

ଭୁବନେଶ୍ୱର,୨୨।୯(ବ୍ୟୁରୋ): କରୋନା ଆକ୍ରାନ୍ତ ଶିଶୁ ମା’ କ୍ଷୀର ଖାଇପାରିବେ। ମା’ କ୍ଷୀର ହିଁ ଶିଶୁଙ୍କୁ ଶୀଘ୍ର ଭଲ କରିଦେବ ବୋଲି ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡା. ଅରବିନ୍ଦ ମହାନ୍ତି କହିଛନ୍ତି। ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଡା. ମହାନ୍ତି ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି, ବର୍ଷକରୁ କମ୍‌ ବୟସର ଶିଶୁର ମୁଖ୍ୟ ଖାଦ୍ୟ ହେଉଛି ମା’ କ୍ଷୀର। ଏହା ପିଲାର ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। କରୋନା ସହ ଲଢ଼ିବାକୁ ଶକ୍ତି ଯୋଗାଇଥାଏ। ତେଣୁ ଯେଉଁ ମା’ମାନେ କରୋନାରେ ଆକ୍ରାନ୍ତ ହୋଇ ନ ଥିବେ, ସେମାନେ ମାସ୍କ ପିନ୍ଧି ସତର୍କତାର ସହ ନିଜ କରୋନା ଆକ୍ରାନ୍ତ ଶିଶୁଙ୍କୁ ସ୍ତନ୍ୟପାନ କରାଇଲେ ଖୁବ୍‌ଶୀଘ୍ର ସୁସ୍ଥ ହୋଇପାରିବେ।
ଆହୁରି ମଧ୍ୟ ସେ କହିଛନ୍ତି, ଟିକା ଶିଶୁ ଦେହରେ ଆଣ୍ଟିବଡି ସୃଷ୍ଟି କରିଥାଏ ଓ ଏଥିସହ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। ଟିକାନେଇ ନ ଥିବା ଶିଶୁର ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥାଏ। ସେପରି ଶିଶୁଙ୍କୁ କରୋନା ସଂକ୍ରମଣ ହେବାର ଅଧିକ ଆଶଙ୍କା ରହିଛି। ତେଣୁ ପିଲାଙ୍କୁ ଟିକା ନିହାତି ଦରକାର। ସବୁ ଛୁଆଙ୍କୁ ରୋଗମୁକ୍ତ କରିବା ପାଇଁ ରାଜ୍ୟ ସରକାର ଟିକାକରଣକୁ ଗୁରୁତ୍ୱ ଦେଇଛନ୍ତି। କେତେଜଣ ଅଭିଭାବକଙ୍କ ଚିନ୍ତାଧାରା ଯେ, ସମସ୍ତ ସରକାରୀ ହସ୍ପିଟାଲରେ କରୋନା ସଂକ୍ରମଣ ହୋଇଛି। କିନ୍ତୁ ଏହା ଭାବିବା ଭୁଲ୍‌। ଠିକ୍‌ ସମୟରେ ପିଲାଙ୍କୁ ଟିକା ଦେଇ ନୀରୋଗ ରଖନ୍ତୁ ବୋଲି ଡା. ମହାନ୍ତି ପରାମର୍ଶ ଦେଇଛନ୍ତି।
ତୃତୀୟରେ ଶିଶୁମାନେ ସଂକ୍ରମିତ ବ୍ୟକ୍ତିଙ୍କ ପାଖରେ ୫ରୁ ୧୫ ମିନିଟ୍‌ ପର୍ଯ୍ୟନ୍ତ ରହିଲେ ସଂକ୍ରମିତ ହେବା ଆଶଙ୍କା ରହିଛି। ପିଲାଙ୍କର ଯେଉଁମାନେ ଯତ୍ନ ନେଉଛନ୍ତି, ସେମାନେ ସତର୍କ ରହିବା ଉଚିତ। ହାତ ଧୋଇବା, ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଉଚିତ। ସଂକ୍ରମିତ ପିଲାଙ୍କ ସହ ଖେଳିଥିବା ପିଲାଙ୍କୁ ମଧ୍ୟ ୧୪ଦିନ ସଙ୍ଗରୋଧ ରଖିବା ଦରକାର। ସେହିପରି ଶିଶୁମାନେ ଖୁସିରେ ରହିଲେ ରୋଗ ପ୍ରତିରୋଧକ କ୍ଷମତା ବଢ଼ିବ। ତେଣୁ ପିଲାଙ୍କୁ ଘର ଭିତରେ ଖେଳିବା ଶିଖାଇବା ଦରକାର। କିନ୍ତୁ ଧଇଁସଇଁ ହେଲାଭଳି ଖେଳ ନ ଖେଳାଇବାକୁ ଡା. ମହାନ୍ତି ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri