Posted inଖେଳ

ଆଇସିସିର ବଡ଼ କାର୍ଯ୍ୟାନୁଷ୍ଠାନ: ବ୍ରେଣ୍ଡନ ଟେଲର୍‌ ସାଢ଼େ ୩ ବର୍ଷ ପାଇଁ ବ୍ୟାନ୍‌

ଦୁବାଇ,୨୮।୧: ଜିମ୍ବାୱେର ପୂର୍ବତନ ଅଧିନାୟକ ତଥା ଷ୍ଟାର ବ୍ୟାଟର ବ୍ରେଣ୍ଡନ ଟେଲର୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)। ଶୁକ୍ରବାର ସ୍ପଟ ଫିକ୍ସିଂ ମାମଲାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇ ଆଇସିସି ତାଙ୍କୁ ସାଢ଼େ ୩ ବର୍ଷ ପାଇଁ ବ୍ୟାନ୍‌ କରିଛି। ଅର୍ଥାତ ଟେଲର ଆସନ୍ତା ସାଢ଼େ ୩ ବର୍ଷ ପାଇଁ କୌଣସି କ୍ରିକେଟ ଟୁର୍ନାମେଣ୍ଟାରେ ଭାଗ ନେଇପାରିବେ ନାହିଁ।

କିଛି ଦିନ ପୂର୍ବରୁ ଟେଲର ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଗୋଟିଏ ବିବୃତି ଜାରି କରି ସ୍ପଟ ଫିକ୍ସିଂ କଥା ଉଠାଇଥିଲେ। ତାଙ୍କୁ ଭାରତର ଜଣେ ବ୍ୟବସାୟୀ ସ୍ପଟ୍‌ ଫିକ୍ସିଂ ପାଇଁ ଫସାଇଥିଲେ। ସେ ତାଙ୍କ ଜାଲରେ ଫସି ଏକ ପାର୍ଟିଂକୁ ଯାଇଥିଲେ। ସେଠାରେ ତାଙ୍କୁ କୋକେନ୍‌ ଦିଆଯାଇ ବ୍ଲାକମେଲିଂ କରାଯାଇଥିଲା। ହେଲେ ସେ ସ୍ବାର୍ଥ ପାଇଁ ନୁହେଁ ବରଂ ନିଜର ସୁରକ୍ଷା ପାଇଁ ଟଙ୍କା ଆଣିଥିଲେ ବୋଲି କହିଥିଲେ। ଏହାଛଡ଼ା ଘଟଣା ପରେ ସେ ଏକଥା ତୁରନ୍ତ ଆଇସିସିକୁ ଅବଗତ କରାଇ ନ ଥିଲେ ବୋଲି ଲମ୍ବା ପୋଷ୍ଟ ଲେଖିଥିଲେ।

ଏହି ବିବୃତି ପରେ ଆଇସିସି ଟେଲରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବୁକିମାନେ ତାଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରିଥିଲେ ହେଁ ନିୟମ ଅନୁଯାୟୀ ସେ ଏକଥା ତୁରନ୍ତ ଆଇସିସିକୁ ଜଣାଇ ନ ଥିଲେ। ଆଇସିସି ଦୁର୍ନୀତି ନିରୋଧ କୋଡର ସେ ୪ଟି ଚାର୍ଜକୁ ଭାଙ୍ଗିଛନ୍ତି। ସେ ନିଜର ଭୁଲକୁ ମଧ୍ୟ ସ୍ବୀକାର କରିନେଇଛନ୍ତି। ଏହାବାଦ ଆଣ୍ଟି ଡୋପିଂ କୋଡର ଗୋଟିଏ ଚାର୍ଜକୁ ମଧ୍ୟ ସେ ଉଲ୍ଲଙ୍ଘନ କରିଛନ୍ତି ବୋଲି ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri