Posted inଖେଳ

ରିକି ପଣ୍ଟିଂଙ୍କ ଅଷ୍ଟ୍ରେଲିଆ ଟିମ୍‌କୁ ଏକାକୀ ପାଣି ପିଆଇ ଦେଇଥିଲେ

ବେଲଫାଷ୍ଟ,୧୪।୯: କ୍ରିକେଟରୁ ଜିମ୍ବାଓ୍ବେର ସିନିୟର ବ୍ୟାଟ୍ସମ୍ୟାନ ବ୍ରେଣ୍ଡନ ଟେଲରଙ୍କ ଅବସର ସହ ଏକ ଯୁଗ ଶେଷ ହୋଇଛି। ଜିମ୍ବାଓ୍ବେ କ୍ରିକେଟ ଇତିହାସର ସବୁଠୁ ସଫଳତମ ବ୍ୟାଟ୍ସମ୍ୟାନ ୧୭ ବର୍ଷର କ୍ୟାରିୟରରେ ୩୪ ଟେଷ୍ଟ, ୨୦୨ ଦିନିକିଆ ଓ ୪୫ ଟି୨୦ ମ୍ୟାଚ୍‌ ଖେଳିଥିଲେ। ଜିମ୍ବାଓ୍ବେ ପାଇଁ ଅନେକ ମ୍ୟାଚ୍‌ ବିଜୟୀ ଇନିଂସ ଖେଳିଥିଲେ ୩୫ ବର୍ଷୀୟ ବ୍ୟାଟ୍ସମ୍ୟାନ। କିନ୍ତୁ ୨୦୦୭ ଟି୨୦ ବିଶ୍ୱକପ୍‌ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆ ବିପକ୍ଷରେ ଟେଲର ଖେଳିଥିବା ୬୦ ରନ୍‌ର ଅପରାଜିତ ଅର୍ଦ୍ଧଶତକୀୟ ପାଳି କ୍ରିକେଟ ପ୍ରଶଂସକଙ୍କ ମନରେ ଏବେ ବି ଉଜ୍ଜୀବିତ।

ଦକ୍ଷିଣ ଆଫ୍ରିକାରେ ଖେଳାଯାଇଥିବା ୨୦୦୭ ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ ରିକି ପଣ୍ଟିଂଙ୍କ ନେତୃତ୍ୱାଧୀନ ଅଷ୍ଟ୍ରେଲିଆ ପ୍ରତିପକ୍ଷ ଜିମ୍ବାଓ୍ବେ ଆଗରେ ୧୩୯ ରନ୍‌ର ଏକ ସାଧାରଣ ବିଜୟ ଲକ୍ଷ୍ୟ ଛିଡ଼ା କରିଥିଲା। କିନ୍ତୁ ବ୍ରେଟ ଲି, ନାଥନ ବ୍ରାକେନ, ମିଚେଲ ଜନସନ ଓ ଷ୍ଟୁଆର୍ଟ କ୍ଲାର୍କଙ୍କ ଘାତକ ବୋଲିଂ ଆଗରେ ୧୩୯ ରନ୍‌ କରିବା ବିଶ୍ୱର କୌଣସି ଦଳ ପାଇଁ ସହଜ ନ ଥିଲା। ପ୍ରାରମ୍ଭିକ ବିଫଳତା ଯୋଗୁ ଏକଦା ୭୦ ରନ୍‌ ମଧ୍ୟରେ ପ୍ରମୁଖ ୪ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା ଜିମ୍ବାଓ୍ବେ। କିନ୍ତୁ ଅଷ୍ଟ୍ରେଲିଆର ଘାତକ ବୋଲିଂ ଲାଇନ୍‌ ଆଗରେ ଏକାକୀ ଲଢ଼ିଥିଲେ ୨୧ ବର୍ଷୀୟ ଟେଲର। ୪୫ ବଲରେ ତାଙ୍କ ୬୦ ରନ୍‌ର ଅପରାଜିତ ପାଳି ଯୋଗୁ ଜିମ୍ବାଓ୍ବେ ଅନ୍ତିମ ଓଭରରେ ମ୍ୟାଚ୍‌ ଜିତି ନେଇଥିଲା। ତାହା ଥିଲା ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ଇତିହାସରେ ଅଷ୍ଟ୍ରେଲିଆ ବିପକ୍ଷରେ ଜିମ୍ବାଓ୍ବେର ପ୍ରଥମ ବିଜୟ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri