ବିଆରଆଇ ପରିଯୋଜନା ହେବ ତ୍ୱରାନ୍ବିତ: ଚାଇନା-ନେପାଳ ସହମତି… 

ବେଜିଂ,୧୧।୭ : ଦେଶରେ ଭିତ୍ତିଭୂମି ନିର୍ମାଣ ପାଇଁ ବିବାଦୀୟ ବେଲ୍ଟ ଏବଂ ରୋଡ ଇନିସିଏଟିଭ ଅଧୀନରେ ଚାଇନା ସରକାର ଘୋଷଣା କରିଥିବା ପ୍ରକଳ୍ପର ଶୀଘ୍ର ସମାପ୍ତି ପାଇଁ ନେପାଳ ଏବଂ ଚାଇନା ମଙ୍ଗଳବାର ଏକ ଚୁକ୍ତି କରିଛନ୍ତି। ୨୦୧୮ ଏବଂ ୨୦୧୯ରେ ଚାଇନା ସରକାର ବେଲ୍ଟ ଏବଂ ରୋଡ ଇନିସିଏଟିଭ ଅଧୀନରେ ନେପାଳରେ ଅନେକ ପ୍ରକଳ୍ପ ଆରମ୍ଭ କରିବାକୁ ଘୋଷଣା କରିଥିଲେ।

ନେପାଳର ଜାତୀୟ ଯୋଜନା ଆୟୋଗର ଉପାଧ୍ୟକ୍ଷ ଡ. ମିନ ବାହାଦୂର ଶ୍ରେଷ୍ଠ ଏବଂ ଚାଇନା ଜାତୀୟ ବିକାଶ ଏବଂ ସଂସ୍କାର ଆୟୋଗର ଉପାଧ୍ୟକ୍ଷ ଚୋଙ୍ଗ ଲିଆଙ୍ଗଙ୍କ ମଧ୍ୟରେ ଏକ ବୈଠକରେ ଏହି ଚୁକ୍ତିନାମା ସ୍ବାକ୍ଷର ହୋଇଛି।

ଗୁରୁତ୍ୱପୂର୍ଣ୍ଣ ସଂଯୋଗୀକରଣ ପ୍ରକଳ୍ପଗୁଡ଼ିକୁ ତ୍ୱରାନୱିତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ଏକ ରିପୋର୍ଟ ଅନୁଯାୟୀ, ଚାଇନା ସରକାର ଘୋଷଣା କରିଥିବା ବିଭିନ୍ନ କାର୍ଯ୍ୟକ୍ରମ ଏବଂ ପ୍ରକଳ୍ପର କାର୍ଯ୍ୟକାରିତା ଉପରେ ଉଭୟ ପକ୍ଷ ଆଲୋଚନା କରିଛନ୍ତି ଏବଂ ପୂର୍ବ ଯୋଜନା ଅନୁଯାୟୀ ପ୍ରମୁଖ ସଂଯୋଗ ପ୍ରକଳ୍ପକୁ ତ୍ୱରାନୱିତ କରିବାକୁ କହିିଛନ୍ତି।

ବେଜିଂରେ ଅନୁଷ୍ଠିତ ବୈଠକରେ ନେପାଳ ଏବଂ ଚାଇନା ସରକାରଙ୍କ ଦ୍ୱାରା କରାଯିବାକୁ ଥିବା କାର୍ଯ୍ୟ ଉପରେ ଉଭୟ ପକ୍ଷ ବିସ୍ତୃତ ଆଲୋଚନା କରିଥିଲେ। ନେପାଳ ସହିତ ସମ୍ପର୍କକୁ ମଜବୁତ କରିବା ପାଇଁ ଚାଇନା ସେଠାରେ ବିପୁଳ ପୁଞ୍ଜି ବିନିଯୋଗ କରୁଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri