କମିଶନରେଟ ପୋଲିସ ମୁଖ୍ୟାଳୟରେ ଲାଞ୍ଚ: ଧରିଲା ଭିଜିଲାନ୍ସ,କନଷ୍ଟେବଳ ଜେଲ ଗଲେ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଖାକିରେ ଲାଗିଛି ଲାଞ୍ଚ କଳଙ୍କ। ସବୁଠୁ ଦକ୍ଷ ତଥା ସଚ୍ଚୋଟ ବୋଲି କହୁଥିବା କମିଶନରେଟ ପୋଲିସ ମୁଖ୍ୟାଳୟରେ ବି ଚାଲିଛି ଲାଞ୍ଚ କାରବାର। ଯେଉଁଥିପାଇଁ ଗୁରୁବାର ପୋଲିସ ଭବନରେ ପଶିଛି ଭିଜିଲାନ୍ସ। ପ୍ରୋଭିଡେଣ୍ଟ ଫଣ୍ଡ୍‌ (ପିଏଫ୍‌) କରାଇ ଦେବାକୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜଣେ କନଷ୍ଟେବଳଙ୍କୁ ଧରିଛି। ସେ ହେଲେ ପୋଲିସ ସେବା ଭବନର ଆକାଉଣ୍ଟ ସେକ୍ସନରେ କାର୍ଯ୍ୟରତ କନଷ୍ଟେବଳ ସୁରେଶଚନ୍ଦ୍ର ଦାସ। ଭିଜିଲାନ୍ସ କେସ୍‌ ନଂ-୧୮/୨୦ ରୁଜୁ କରି ସୁରେଶଙ୍କୁ ଗିରଫ ପରେ କୋର୍ଟଚାଲାଣ କରିଥିଲା। ଜାମିନ ନ ମିଳିବାରୁ ତାଙ୍କୁ ଝାରପଡା ଜେଲକୁ ପଠାଇ ଦିଆଯାଇଛି। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କନଷ୍ଟେବଳ ସୁରେଶଙ୍କୁ ନିଲମ୍ବିତ କରିଛନ୍ତି।
ସୂଚନାନୁଯାୟୀ, ବାଲିପାଟଣା ଅଞ୍ଚଳରେ କାର୍ଯ୍ୟରତ ଓଏପିଏଫ୍‌ର ରତ୍ନାକର ପେଦେନ୍ତି ନିଜ ପ୍ରୋଭିଡେଣ୍ଟ ଫଣ୍ଡ୍‌ (ପିଏଫ୍‌) କରିବାକୁ କମିଶନରେଟ ପୋଲିସ ମୁଖ୍ୟାଳୟରେ ଅବେଦନ କରିଥିଲେ। ହେଲେ ଦାୟିତ୍ୱରେ ଥିବା କନଷ୍ଟେବଳ ସୁରେଶ ଏଥିଲାଗି ୧୦ ହଜାର ଟଙ୍କା ମାଗିଥିଲେ। ଶେଷରେ ୮ ହଜାର ଟଙ୍କାରେ କଥା ଛିଣ୍ଡିଥିଲା। ଏନେଇ ରତ୍ନାକର ଭିଜିଲାନ୍ସରେ ଜଣାଇଥିଲେ। ଭିଜିଲାନ୍ସର ଯୋଜନା ମୁତାବକ ରତ୍ନାକର ଗୁରୁବାର ସକାଳେ କମିଶନରେଟ ପୋଲିସ ମୁଖ୍ୟାଳୟକୁ ଯାଇ କେମିକାଲ ବୋଳା ୮ହଜାର ଟଙ୍କା ସୁରେଶଙ୍କୁ ଦେଇଥିଲେ। ପୂର୍ବରୁ ସେଠାରେ ଛକି ରହିଥିବା ଭିଜିଲାନ୍ସ ଅଧିକାରୀମାନେ ଚଢାଉ କରି ସୁରେଶଙ୍କୁ କାବୁ କରିବା ସହ ଉକ୍ତ ଲାଞ୍ଚ ଟଙ୍କାକୁ ତାଙ୍କ ପ୍ୟାଣ୍ଟ ପକେଟରୁ ଜବତ କରିଥିଲେ। ସୁରେଶଙ୍କ ହାତ ଓ ଟଙ୍କାରୁ କେମିକାଲ ଚିହ୍ନଟ ହେବା ପରେ ତାଙ୍କୁ ଭିଜିଲାନ୍ସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri