ଭକ୍ତଙ୍କଠାରୁ ନିଆଯାଉଛି ହାତଗୁଞ୍ଜା

ପୁରୀ,୨୮ା୮(ଅଜିତ ମହାନ୍ତି): ପ୍ରତ୍ୟେକ ଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ତେବେ ଛୁଟିଦିନଗୁଡ଼ିକରେ ଭକ୍ତଙ୍କ ଅଧିକ ଭିଡ଼ ହେବା ସହ ସମସ୍ୟା ଦ୍ୱିଗୁଣିତ ହେଉଛି। ଫଳରେ ଭକ୍ତମାନେ ଘଣ୍ଟା ଘଣ୍ଟା ଧରି ବ୍ୟାରିକେଡରେ ଠିଆ ହୋଇ ରହୁଛନ୍ତି। ବିଶେଷକରି ରବିବାର ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳୁଛି। ପିଲାଙ୍କଠୁ ବୁଦ୍ଧାବୃଦ୍ଧଙ୍କ ପର୍ଯ୍ୟନ୍ତ ସମସ୍ତେ ଧାଡ଼ିରେ ଭିଡ଼ ଭିତରେ ଘଣ୍ଟା ଘଣ୍ଟା ଧରି ଛିଡ଼ା ହୋଇ ଯନ୍ତ୍ରଣାରେ ଛଟପଟ ହୋଇଥାନ୍ତି। ଶ୍ରୀମନ୍ଦିର ଭିତରକୁ ପ୍ରବେଶ ପରେ ସାତ ପାହାଚଠୁ ନେଇ ବାହାରକାଠ ଦର୍ଶନ ପର୍ଯ୍ୟନ୍ତ ଠେଲାପେଲା ଅସହ୍ୟ ହେଉଛି। ରବିବାର ଛୁଟିଦିନ ଥିବା ବେଳେ ଏକାଦଶୀ ଥିବାରୁ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ପ୍ରଶାସନ ପକ୍ଷରୁ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ୍‌ ଦେଇ ଭକ୍ତମାନେ ଶ୍ରୀମନ୍ଦିରରେ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ତେବେ ବ୍ୟାରିକେଡ ମଧ୍ୟରେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡ଼ୁଥିବାରୁ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଅନ୍ୟପକ୍ଷରେ କେତେଜଣ ସେବାୟତ ଓ ପୋଲିସ କର୍ମଚାରୀ ନିଜ ସମ୍ପର୍କୀୟମାନଙ୍କୁ ବିନା ଧାଡ଼ିରେ ଶ୍ରୀମନ୍ଦିରରେ ପ୍ରବେଶ କରାଉଥିବା ଜଣାପଡ଼ିଥିଲା। ବିଶେଷକରି ଅନେକ ସେବାୟତ ଓ ପୋଲିସ କର୍ମଚାରୀ ହାତଗୁଞ୍ଜା ନେଇ ଭକ୍ତଙ୍କୁ ଗଳାବାଟରେ ନେଇ ଶ୍ରୀମନ୍ଦିରରେ ପ୍ରବେଶ କରାଇଥିଲେ। ଅନେକ ଏହି ଦର୍ଶନ ବ୍ୟବସ୍ଥାକୁ ଭିଆଇପି ଦର୍ଶନ ବ୍ୟବସ୍ଥା କହୁଛନ୍ତି, ଯାହାକୁ ନେଇ ଅନ୍ୟ ଶ୍ରଦ୍ଧାଳୁ ଓ ପୁରୀ ସହରବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେମାନେ ବିନା ଧାଡ଼ିରେ କିଭଳି ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ କରୁଛନ୍ତି ବୋଲି ସାଧାରଣରେ ପ୍ରଶ୍ନ ସୃଷ୍ଟି ହୋଇଛି। ଅପରପକ୍ଷରେ ପ୍ରଶାସନ ଏପରି ଘଟଣା ଜାଣି ମଧ୍ୟ ନୀରବଦ୍ରଷ୍ଟା ସାଜିଛି। ଶ୍ରୀମନ୍ଦିର ପୋଲିସ, ସ୍ବେଚ୍ଛାସେବୀ ଓ ପୋଲିସ କର୍ମଚାରୀମାନେ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଉପସ୍ଥିତ ଥିବାବେଳେ ଯେଉଁଭଳି ଭାବେ ହାତଗୁଞ୍ଜା ନିଆଯାଇ ଭକ୍ତଙ୍କୁ ଗଳାବାଟ ଦେଇ ଛଡ଼ାଯାଉଛି ତାହା ଚିନ୍ତାଜନକ। ଶ୍ରୀମନ୍ଦିର ପ୍ରଶାସନ ଏଭଳି ଗଳା ବାଟକୁ ବନ୍ଦ କରିବା ସହ ସେବାୟତମାନଙ୍କୁ ଏନେଇ ଚେତାବନୀ ଦେବା ଦରକାର ବୋଲି ଅନେକ ଭକ୍ତ ମତ ପ୍ରକାଶ କରିିଛନ୍ତି। ଗଳାବାଟ ଏବଂ ଭିଆଇପି ଦର୍ଶନ ବ୍ୟବସ୍ଥାକୁ ବନ୍ଦ କରାଯିବା ସହ ଭକ୍ତଙ୍କ ଲାଗି ଚାରିଦ୍ୱାର ଖୋଲାଯିବାକୁ ପ୍ରଶାସନ ଅନୁମତି ଦେଉ ବୋଲି ଦାବି ହେଉଛି। ଅନ୍ୟପକ୍ଷରେ ଏ ନେଇ ଶ୍ରୀମନ୍ଦିର ପ୍ରଶାସନର ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri