ଲାଞ୍ଚ ମାମଲା: ପୂର୍ବତନ ଷ୍ଟେନୋଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

ଫୁଲବାଣୀ ଅଫିସ, ୨୯ା୫: ଏକ ଲାଞ୍ଚ ମାମଲାର ବିଚାର କରି ସୋମବାର କନ୍ଧମାଳ ଜିଲା ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମର ବିଳାସ ବେହେରା ଘଟଣାରେ ସମ୍ପୃକ୍ତ ଜଣେ ପୂର୍ବତନ ଷ୍ଟେନୋଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୩ ମାସ ଜେଲ ଦଣ୍ଡ ଭୋଗିବାକୁ ପଡିବ ବୋଲି ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ହେଲେ ବୌଦ୍ଧ ଜିଲା ଖାଉଟି ଅଦାଲତର ପୂର୍ବତନ ଷ୍ଟେନୋ ମନ୍ମଥ କୁମାର ଗଡନାୟକ।

ବୌଦ୍ଧ ଜିଲା ଗିରସିଙ୍ଗ ଗ୍ରାମର ସତ୍ୟବାନ ପ୍ରଧାନଙ୍କ ବାପାଙ୍କ ନାମରେ ବିଦ୍ୟୁତ୍‌ ଉପଭୋକ୍ତା ନମ୍ବର ଥିଲା। ୨୦୧୧ରେ ୪୧ ହଜାର ୮୮୧ ଟଙ୍କାର ଗୋଟିଏ ବିଲ୍‌ ଆସିଥିଲା। ଏହାକୁ ନେଇ ସତ୍ୟବାନ ସେତେବେଳର ସାଉଥ୍‌କୋ ଡିଭିଜନକୁ ଯାଇ ଅଭିଯୋଗ କରିଥିଲେ। ଜିଲା ଖାଉଟି ଅଦାଲତରେ ଏକ ମାମଲା ରୁଜୁ ହୋଇଥିଲା। ଏପରିକି କୋର୍ଟଙ୍କ ଅର୍ଡର ଅନୁସାରେ ବିଲ୍‌ ସଂଶୋଧନ ହୋଇପାରିବ ବୋଲି ତାଙ୍କୁ କୁହାଯାଇଥିଲା। ସତ୍ୟବାନ ଖାଉଟି ଅଦାଲତ ଯାଇ ଷ୍ଟେନୋ ମନ୍ମଥଙ୍କୁ ଭେଟିଥିଲେ। କାମ ହୋଇଯିବ । ଏଥିପାଇଁ ୫ ହଜାର ଟଙ୍କା ଦେବାକୁ ପଡିବ ବୋଲି ମନ୍ମଥ କହିଥିଲେ। ୩ ହଜାର ଟଙ୍କା ଦେବାକୁ ସତ୍ୟବାନ ରାଜି ହୋଇଥିଲେ। ହେଲେ ଏ ନେଇ ସେ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ ୨୦୧୯ ମାର୍ଚ୍ଚ ୧୮ରେ ସତ୍ୟବାନ ଟଙ୍କା ନେଇ ମନ୍ମଥଙ୍କୁ ଦେଇଥିଲେ। ସେଠାରେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ଅଧିକାରୀମାନେ ପହଞ୍ଚି ଟଙ୍କା ଜବତ କରିବା ସହ ମନ୍ମଥଙ୍କୁ ଗିରଫ କରିଥିଲେ। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର୍‌ କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଭି.ଭି. ରାମଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri