ଲାଞ୍ଚ ମାମଲା: ପୂର୍ବତନ ମହିଳା ସରପଞ୍ଚଙ୍କୁ ୨ ବର୍ଷ ଜେଲ

ସୁନ୍ଦରଗଡ଼,୨୭।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ରାଜଲକ୍ଷ୍ମୀ ପଟ୍ଟନାୟକ ଗୁରୁବାର ଏକ ଲାଞ୍ଚ ମାମଲାର ଶୁଣାଣି କରି ଜଣେ ପୂର୍ବତନ ମହିଳା ସରପଞ୍ଚଙ୍କୁ ୨ବର୍ଷ ଜେଲ ସହ ୨ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦାୟ ଅଧିକ ୩ ମାସ ଜେଲଦଣ୍ଡ ପାଇଁ କୋର୍ଟ ତାଙ୍କ ରାୟରେ ଆଦେଶ ଦେଇଛନ୍ତି। ଅଭିଯୁକ୍ତ ହେଲେ ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବ୍ଲକ କୁଲବା ପଞ୍ଚାୟତର ଜୟନ୍ତୀ ପ୍ରଧାନ।

ଅଭିଯୋଗ ମୁତାବକ, ପୂର୍ବତନ ମହିଳା ସରପଞ୍ଚ ପ୍ରଧାନ ୨୦୧୦ରେ କୁଲବା ଗ୍ରାମର ଜଣେ ହିତାଧିକାରୀ ମେନକା ନାଏକଙ୍କ ନାମରେ ଅନ୍ନପୂର୍ଣ୍ଣା ଅନ୍ତ୍ୟୋଦୟ ଯୋଜନାରେ କାର୍ଡ କରାଇଦେବା ସକାଶେ ୨ହଜାର ଟଙ୍କା ଦାବି କରିଥିଲେ। ଏହି ସମ୍ପର୍କରେ ହିତାଧିକାରୀଙ୍କ ପୁଅ ପ୍ରତାପ ନାଏକ ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲେ। ସରପଞ୍ଚ ପ୍ରଧାନ ତାଙ୍କଠାରୁ ୨ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ହାତରେ ସେ ଧରାପଡ଼ିଥିଲେ। ଏନେଇ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ସୁନ୍ଦରଗଡ଼ ଭିଜିଲାନ୍ସ ୟୁନିଟର ପୂର୍ବତନ ଡିଏସ୍‌ପି ରାଧାକୃଷ୍ଣ କାନୁନ୍‌ଗୋ ଓ ରାଉରକେଲା ୟୁନିଟ ପୂର୍ବତନ ଇନ୍ସପେକ୍ଟର ଏସ୍‌. ଟିଗା ମାମଲାର ତଦନ୍ତକାରୀ ଅଫିସର ଥିଲେ। ସରକାରଙ୍କ ପକ୍ଷରୁ ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଶ୍ୟାମ ସୁନ୍ଦର ମିଶ୍ର ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri