ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧ ମସିହାର ଏକ ଲାଞ୍ଚ ମାମଲାରେ ମଙ୍ଗଳବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ଥିତ ଜିଲା ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ବିଚାରପତି ଶ୍ରୀ ବଦ୍ରୀ ନାରାୟଣ ନନ୍ଦ ଏହି ମାମଲାର ବିଚାର କରି ଅଭିଯୁକ୍ତ  ପିଇଓ ଦୁରିଆଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇବା ସହ ୫୦ ହଜାର  ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ହେଲେ ଆହୁରି ୪ ମାସ ଅତିରିକ୍ତ ଜେଲ ଦଣ୍ଡାଦେଶ ଭୋଗିବାକୁ ପଡିବ ବୋଲି ନିଜ ରାୟରେ ଉଲ୍ଲେଖ କରିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତର ଲୋହରାଜୋର ଗ୍ରାମର ବିଶେଶ୍ୱର ଗଉଡ଼ଙ୍କୁ ତାଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ବକେୟା କିସ୍ତି ୨୦ ହଜାର ଟଙ୍କା କରିଦେବାକୁ ଅଭିଯୁକ୍ତ ପିଇଓ ଦୁରିଆ ୬ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏହାକୁ ନେଇ ହିତାଧିକାରୀ ତଥା ଅଭିଯୋଗ କାରୀ ଗଉଡ଼ ୨୦।୧୦।୨୦୨୧ରେ ଭବାନୀପାଟଣା ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହେଇଥିଲେ। ଏହାର ଦିନକ ପରେ ଅର୍ଥାତ ୨୧ ତାରିଖ ଭବାନୀପାଟଣା ବସଷ୍ଟାଣ୍ଡ ଠାରେ ଅଭିଯୋଗ କାରୀ ଗଉଡ଼ଙ୍କ ଠାରୁ ପିଇଓ ଦୁରିଆ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ ତାଙ୍କୁ ମାଡି ବସିଥିଲା। ପରବର୍ତ୍ତୀ ସମୟରେ ଭିଜିଲାନ୍ସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବର୍ତ୍ତମାନ ଅଭିଯୁକ୍ତ ପିଇଓ ଦୁରିଆ କେସିଙ୍ଗା ବ୍ଲକରେ କାର୍ଯ୍ୟରତ ଥିବା ଜଣାପଡିଛି। ଏହି ମାମଲାକୁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ସୁଧୀର କୁମାର ପଣ୍ଡା ଓ ଇମ୍ରାନ ଖାଁ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri