ଲାଞ୍ଚ ମାମଲା: ପୋଲିସ ଅଧିକାରୀଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡ

କେନ୍ଦୁଝର, ୨୯।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛନ୍ତି। ଲାଞ୍ଚ ନେବାବେଳେ ଧରାପଡ଼ିଥିବା ପୋଲିସ ଅଧିକାରୀ କାଳୁଚରଣ ସ୍ବାଇଁଙ୍କୁ କୋର୍ଟ ୪ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରି କି ୩ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୨ ମାସ ଜେଲ ଦଣ୍ଡାଦେଶ ଦେଇଛନ୍ତି।
ପ୍ରକାଶ ଯେ, ୨୦୧୦ରେ ମନୋରଞ୍ଜନ ନାଏକ ଏବଂ ସରସ୍ବତୀ ନାଏକ ବିବାହ କରିଥିଲେ। ବିବାହର ୪ ବର୍ଷ ପରେ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥିଲା। ସ୍ତ୍ରୀଙ୍କ ଅଭିଯୋଗ କ୍ରମେ ମନୋରଞ୍ଜନଙ୍କ ନାମରେ ବାରିଆ ଥାନାରେ ନାରୀ ନିର୍ଯାତନା ମାମଲା ରୁଜୁ ହୋଇଥିଲା। ହେଲେ ୨୦୧୪ ଅକ୍ଟୋବର ୧୦ରେ ମନୋରଞ୍ଜନଙ୍କୁ ଥାନାକୁ ଡାକି ତାଙ୍କ ବାପା ଏବଂ ମା’ଙ୍କ ନାମ କାଟିଦେବି ବୋଲି କହିବା ସହ ମାମଲା କୋହଳ କରିବାକୁ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏହାର ଗୋଟିଏ ଦିନ ପରେ ମନୋରଞ୍ଜନଙ୍କୁ କୋର୍ଟ ଚାଲାଣ କରିବା ପରେ କେସ୍‌ ଡାଏରୀ ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଇଥିଲେ। ସେ ଜାମିନ ପାଇଁ ଜେଲରୁ ଆସିବା ପରେ କେସ୍‌ କୋହଳ କରିବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ସେ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ବାଲେଶ୍ୱର ଭିଜିଲାନ୍ସ ୟୁନିଟ୍‌ ପକ୍ଷରୁ ଏ ନେଇ ଏକ ମାମଲା ନମ୍ବର (୪୭/୨୦୧୪) ରୁଜୁ ହୋଇଥିଲା।

ଅନ୍ୟପକ୍ଷେ ୨୦୧୪ ଜାନୁୟାରୀ ୧ ତାରିଖରେ ମନୋରଞ୍ଜନଙ୍କ ଠାରୁ ବାରିଆ ଥାନା ତତ୍କାଳୀନ ଅଧିକାରୀ କାଳୁଚରଣ ସ୍ବାଇଁ ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଥାନା ଭିତରେ ଭିଜିଲାନ୍ସ ହାତରେ ଧରାପଡି ଜେଲ ଯାଇଥିଲେ। ଏହି ମାମଲରେ ୧୫ଜଣ ସାକ୍ଷୀ ଏବଂ ତଦନ୍ତ ରିପୋର୍ଟଙ୍କୁ ଭିତ୍ତି କରି କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ରଶ୍ମିତା ଦଳେଇ ଶୁକ୍ରବାର ପୋଲିସ ଅଧିକାରୀ କାଳୁଚରଣ ସ୍ବାଇଁଙ୍କୁ ୪ ବର୍ଷ ଜେଲଦଣ୍ଡ ଏବଂ ୩ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୨ ମାସ ଜେଲ ଦଣ୍ଡ ଶୁଣାଇଛନ୍ତି।

ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଦେବଦତ୍ତ ବିଶ୍ୱାଳ ମାମଲା ପରିଚାଳନା କରୁଥିଲେ। ଦଣ୍ଡ ହୋଇଥିବା କାଳୁଚରଣ ସ୍ବାଇଁ ଗତ ୩୧।୦୩ ୨୦୧୭ରେ ନନ୍ଦିପଦା ଥାନାରେ ସବ୍‌ ଇନ୍ସପେକ୍ଟର ଭାବେ ଅବସର ନେଇଥିବା ବେଳେ ତାଙ୍କ ଘର ଗଞ୍ଜାମ ଜିଲା ଭଞ୍ଜନଗର ଥାନା ବାଲିପଦର ଗ୍ରାମ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?