କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଉତ୍କୋଚ ଦାବି

ଖୋର୍ଦ୍ଧା ଅଫିସ,୨୭।୭କରୋନା ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରୁ ପ୍ରବାସୀଙ୍କୁ ସରକାର ଫେରାଇ ଆଣି କ୍ୱାରାଣ୍ଟାଇନ୍‌ରେ ରଖାଉଛନ୍ତି। ଏଥିଲାଗି ବିଭିନ୍ନ ବ୍ୟବସ୍ଥା କରିଛନ୍ତି। ତେବେ ଖୋର୍ଦ୍ଧା ଜିଲା ଚିଲିକା ବ୍ଲକର ଏକ ରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ପ୍ରବାସୀଙ୍କଠାରୁ ଟଙ୍କା ଆଦାୟ କରାଯାଉଥିବା ନେଇ ଏକ ଭିଡିଓ ସୋସିଆଲ୍‌ ମିଡ଼ିିଆରେ ଭାଇରାଲ୍‌ ହୋଇଛି।
ସମ୍ପୃକ୍ତ ବିଦେଶ ଫେରନ୍ତାଙ୍କଠାରୁ ଜନୈକ ସରକାରୀ କର୍ମଚାରୀ କାଲ୍‌କୁଲେଟରରେ ହିସାବ କରି ଦୈନିକ ହିସାବରେ ୧୪ ଦିନ ଲାଗି ୨ହଜାରୁ ୨୫ଶହ ଟଙ୍କା ପର୍ଯ୍ୟନ୍ତ ଉତ୍କୋଚ ଦାବି କରୁଥିବା ଦେଖିବାକୁ ମିଳିଛି। ସରକାରଙ୍କ ପକ୍ଷରୁ ମାଗଣା ରହିବା ବ୍ୟବସ୍ଥା ଥିବା ପ୍ରବାସୀ କହୁଥିବାବେଳେ ତାଙ୍କୁ ସମ୍ପୃକ୍ତ ଅଧିକାରୀ ନାଲି ଆଖି ଦେଖାଇ ଜୋର ଜବରଦସ୍ତ ଟଙ୍କା ଦାବି କରୁଥିବା ଦୃଶ୍ୟ ଭାଇରାଲ ଭିଡିଓରେ ରହିଛି। ଏ ନେଇ ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଦିଗନ୍ତ ରାଉତରାୟ କହିଛନ୍ତି, ଭାଇରାଲ ହୋଇଥିବା ଭିଡିଓ ଯାଞ୍ଚ କରାଯିବ। ଘଟଣାର ତଦନ୍ତ ଲାଗି ଏପିଡିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କ୍ୱାରାଣ୍ଟାଇନ ସେଣ୍ଟରରେ କେବଳ ବାହାର ରାଜ୍ୟର ପ୍ରବାସୀଙ୍କ ରହିବା ବ୍ୟବସ୍ଥା ରହିଛି। ବିଦେଶ ଫେରନ୍ତାଙ୍କୁ ହୋମ୍‌ କ୍ବାରାଣ୍ଟାଇନରେ ରହିବା ଲାଗି ନିର୍ଦ୍ଦେଶ ରହିଛି। କୌଣସି ସ୍ଥାନରେ ବିଦେଶ ଫେରନ୍ତା ନିଜସ୍ବ ବ୍ୟବସ୍ଥାରେ ରହିବାକୁ ଅସମର୍ଥ ପ୍ରକାଶ କଲେ ତାଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବା ଲାଗି ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri