Posted inଜାତୀୟ

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା ଭାରତ ପାଇଁ ଏକ ବଡ଼ କୂଟନୈତିକ ବିଜୟ ବୋଲି ବିବେଚନା କରାଯାଉଛି। ଏଥିସହ ଆତଙ୍କବାଦ ପ୍ରତି ‘ଶୂନ୍ୟ ସହନଶୀଳତା’ (Zero Tolerance) ନୀତି ଆପଣାଇବା ସହ କୌଣସି ବି ପରିସ୍ଥିତିରେ ଆତଙ୍କବାଦ ଗ୍ରହଣୀୟ ନୁହେଁ ବୋଲି ବ୍ରିକ୍ସ ସ୍ପଷ୍ଟ କରିଛି।

ଘୋଷଣାନାମାର ୪୦ ନମ୍ବର ପଏଣ୍ଟରେ ପହଲଗାମ ଆତଙ୍କବାଦୀ ଆକ୍ରମଣର ଉଲ୍ଲେଖ କରି କୁହାଯାଇଛି। ‘ଆମେ ସମସ୍ତ ପ୍ରକାରର ଆତଙ୍କବାଦୀ କାର୍ଯ୍ୟକଳାପକୁ ନିନ୍ଦା କରୁଛୁ। ଉଦ୍ଦେଶ୍ୟ ଯାହା ହେଉ, ସ୍ଥାନ ଯେଉଁଠି ହେଉ କିମ୍ବା ଏହା ପଛରେ ଯିଏ ବି ଥାଉ, ଆତଙ୍କବାଦ ଏକ ଅପରାଧ ଏବଂ ଏହାକୁ କୌଣସି ପରିସ୍ଥିତିରେ ବି ଗ୍ରହଣ କରାଯାଇପାରିବ ନାହିଁ। ୨୨ ଏପ୍ରିଲ ୨୦୨୫ରେ ଜମ୍ମୁ-କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଆମେ ଦୃଢ଼ ନିନ୍ଦା କରୁଛୁ, ଯେଉଁଥିରେ ୨୬ ଜଣ ନିରୀହ ଲୋକଙ୍କର ମୃତ୍ୟୁ ଘଟିଥିଲା ଏବଂ ଅନେକ ଆହତ ହୋଇଥିଲେ। ଆମେ ସମସ୍ତ ରୂପରେ ଆତଙ୍କବାଦର ମୁକାବିଲା କରିବା ପାଇଁ ପ୍ରତିବଦ୍ଧ।’

ଚାଇନା-ରୁଷିଆ ସମେତ ବ୍ରିକ୍ସର ସମସ୍ତ ସଦସ୍ୟ ରାଷ୍ଟ୍ର ପହଲଗାମ ଆକ୍ରମଣକୁ ଦୃଢ଼ ନିନ୍ଦା କରିବା ସହ ଧର୍ମ ଆଧାରରେ ହିଂସା କରାଯାଇପାରିବ ନାହିଁ ବୋଲି ସ୍ପଷ୍ଟ ସଂକେତ ଦେଇଛନ୍ତି। ଆକ୍ରମଣ ପୂର୍ବରୁ ପାକିସ୍ତାନ ସେନା ମୁଖ୍ୟ ଅସୀମ ମୁନିର ହିନ୍ଦୁମାନଙ୍କ ପ୍ରତି ଦେଇଥିବା ବିବାଦୀୟ ବୟାନକୁ ଦୃଷ୍ଟିରେ ରଖି ଏହି ଘୋଷଣାନାମା ପାକିସ୍ତାନକୁ ପରୋକ୍ଷରେ ଦାୟୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?