ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା ଭାରତ ପାଇଁ ଏକ ବଡ଼ କୂଟନୈତିକ ବିଜୟ ବୋଲି ବିବେଚନା କରାଯାଉଛି। ଏଥିସହ ଆତଙ୍କବାଦ ପ୍ରତି ‘ଶୂନ୍ୟ ସହନଶୀଳତା’ (Zero Tolerance) ନୀତି ଆପଣାଇବା ସହ କୌଣସି ବି ପରିସ୍ଥିତିରେ ଆତଙ୍କବାଦ ଗ୍ରହଣୀୟ ନୁହେଁ ବୋଲି ବ୍ରିକ୍ସ ସ୍ପଷ୍ଟ କରିଛି।

ଘୋଷଣାନାମାର ୪୦ ନମ୍ବର ପଏଣ୍ଟରେ ପହଲଗାମ ଆତଙ୍କବାଦୀ ଆକ୍ରମଣର ଉଲ୍ଲେଖ କରି କୁହାଯାଇଛି। ‘ଆମେ ସମସ୍ତ ପ୍ରକାରର ଆତଙ୍କବାଦୀ କାର୍ଯ୍ୟକଳାପକୁ ନିନ୍ଦା କରୁଛୁ। ଉଦ୍ଦେଶ୍ୟ ଯାହା ହେଉ, ସ୍ଥାନ ଯେଉଁଠି ହେଉ କିମ୍ବା ଏହା ପଛରେ ଯିଏ ବି ଥାଉ, ଆତଙ୍କବାଦ ଏକ ଅପରାଧ ଏବଂ ଏହାକୁ କୌଣସି ପରିସ୍ଥିତିରେ ବି ଗ୍ରହଣ କରାଯାଇପାରିବ ନାହିଁ। ୨୨ ଏପ୍ରିଲ ୨୦୨୫ରେ ଜମ୍ମୁ-କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଆମେ ଦୃଢ଼ ନିନ୍ଦା କରୁଛୁ, ଯେଉଁଥିରେ ୨୬ ଜଣ ନିରୀହ ଲୋକଙ୍କର ମୃତ୍ୟୁ ଘଟିଥିଲା ଏବଂ ଅନେକ ଆହତ ହୋଇଥିଲେ। ଆମେ ସମସ୍ତ ରୂପରେ ଆତଙ୍କବାଦର ମୁକାବିଲା କରିବା ପାଇଁ ପ୍ରତିବଦ୍ଧ।’

ଚାଇନା-ରୁଷିଆ ସମେତ ବ୍ରିକ୍ସର ସମସ୍ତ ସଦସ୍ୟ ରାଷ୍ଟ୍ର ପହଲଗାମ ଆକ୍ରମଣକୁ ଦୃଢ଼ ନିନ୍ଦା କରିବା ସହ ଧର୍ମ ଆଧାରରେ ହିଂସା କରାଯାଇପାରିବ ନାହିଁ ବୋଲି ସ୍ପଷ୍ଟ ସଂକେତ ଦେଇଛନ୍ତି। ଆକ୍ରମଣ ପୂର୍ବରୁ ପାକିସ୍ତାନ ସେନା ମୁଖ୍ୟ ଅସୀମ ମୁନିର ହିନ୍ଦୁମାନଙ୍କ ପ୍ରତି ଦେଇଥିବା ବିବାଦୀୟ ବୟାନକୁ ଦୃଷ୍ଟିରେ ରଖି ଏହି ଘୋଷଣାନାମା ପାକିସ୍ତାନକୁ ପରୋକ୍ଷରେ ଦାୟୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଣ ଉପରେ ପ୍ରତିବନ୍ଧକ ଲଗାଇବା ସପକ୍ଷରେ ନାହାନ୍ତି ସୁପ୍ରିମକୋର୍ଟ; ବିରାଟ କୋହଲିଙ୍କ ନାମ ନେଇ କହିଲେ ଏମିତି

ନୂଆଦିଲ୍ଲୀ,୨୯।୧୦: ସୁପ୍ରିମକୋର୍ଟ କହିଛନ୍ତି ଯେ ଦିଲ୍ଲୀ-ଏନସିଆର (Delhi-NCR) ରେ ବାଣ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଇବା ସପକ୍ଷରେ ସେ ନାହାନ୍ତି; ବରଂ, କୋର୍ଟ ଏକ ସନ୍ତୁଳିତ ନିର୍ଦ୍ଦେଶ…

ଆଶୁତୋଷ ସିହ୍ନା କିଏ? ପ୍ରଧାନମନ୍ତ୍ରୀଙ୍କ ଗଡ଼ରେ ଉଡ଼ାଇଲେ ଅଖିଲେଶଙ୍କ ପତାକା

ବାରାଣସୀ,୨୯।୧୦: ଉତ୍ତର ପ୍ରଦେଶର ୧୧ଟି ବିଧାନ ପରିଷଦ ଆସନ ପାଇଁ ଫଳାଫଳ ଘୋଷଣା କରାଯାଇଛି। ଏଥିରେ ଭାରତୀୟ ଜନତା ପାର୍ଟି (ଭାଜପା) ୬ଟି ଆସନ ଜିତିଥିବା ବେଳେ…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ବନ୍ୟାଞ୍ଚଳ ପରିଦର୍ଶନ କଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୨୯ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି। ଗୁରୁବାର ପୁରୁଣା ସ୍ଥାନରେ ପୁଣି ବଡ଼ ବଡ଼ ପଥର…

ଭାରତ ଉପରେ ‘ଏଲ ନିନୋ’ (El Ni୦o) ର ଗମ୍ଭୀର ପ୍ରଭାବ; ଦେଶରେ ୬ ମାସ ମଧ୍ୟରେ ୫୫ହଜାର ଲୋକଙ୍କର ହୋଇପାରେ ମୃତ୍ୟୁ!

ନୂଆଦିଲ୍ଲୀ,୨୯।୧୦: ‘ସୁପର’ ଏଲ ନିନୋ ଯୋଗୁ, ବିଶ୍ୱ ବୃଷ୍ଟିପାତ ଢାଞ୍ଚା ପରିବର୍ତ୍ତନ ହେଉଛି ଏବଂ 2026 ରେ ତାପମାତ୍ରା ବୃଦ୍ଧି ପାଉଛି। ପ୍ରତିକ୍ରିୟା ସ୍ବରୂପ, ‘କ୍ଲାଇମେଟ ଇମ୍ପାକ୍ଟ…

ଏହି ଜିଲାରେ ୩୧ ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ସାଙ୍ଗକୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଜାରି ରହିଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର, ସ୍କୁଲ,…

ଡିସେମ୍ବର ୧ରୁ ବଦଳିବ SBI କ୍ରେଡିଟ କାର୍ଡ ନିୟମ, ଏହି ସବୁ ପେମେଣ୍ଟରେ ଲାଗିବ ଅତିରିକ୍ତ ଶୁଳ୍କ

ନୂଆଦିଲ୍ଲୀ, ୨୯।୧୦: ଯଦି ଆପଣ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI)ର କ୍ରେଡିଟ କାର୍ଡ ବ୍ୟବହାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଜରୁରୀ। ୧ ଡିସେମ୍ବର…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ୧ ନଭେମ୍ୱରରୁ ବଦଳିଯିବ ଗାଡ଼ି, ବ୍ୟାଙ୍କିଂ ଓ ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୯।୧୦: ଆସନ୍ତା ୧ ନଭେମ୍ୱର ୨୦୨୬ରୁ ଦେଶରେ ସାଧାରଣ ଲୋକଙ୍କ ପକେଟ, ବ୍ୟାଙ୍କିଙ୍ଗ ବ୍ୟବସ୍ଥା ଏବଂ ଦୈନନ୍ଦିନ ଜୀବନ ସହ ଜଡ଼ିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମରେ ବଡ଼…

ରାଇକିଆରେ ଅର୍ଣ୍ଣବ ପ୍ରଭାବ: ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛି କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌। ଦୁଇ ଦିନର ଅବିଶ୍ରାନ୍ତ ବର୍ଷା ଏବଂ ଗତ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?