Posted inଜାତୀୟ

ବ୍ରିକ୍ସ ସମ୍ମିଳନୀରେ ସାମିଲ ହେବେ ମୋଦି

ନୂଆଦିଲ୍ଲୀ,୨୧।୮: ସାଉଥ ଆଫ୍ରିକା ଅଧ୍ୟକ୍ଷତାରେ ଏଥର ୧୫ ତମ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି। ଜୋହାନ୍ସବର୍ଗରେ ଆୟୋଜିତ ହେବାକୁ ଥିବା ଏହି ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦg ମଧ୍ୟ ଅଂଶଗ୍ରହଣ କରିବେ। ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ନୂଆଦିଲ୍ଲୀ ଛାଡିବେ ଏବଂ ସେହି ଦିନ ଗୋଷ୍ଠୀର ବ୍ୟବସାୟ ଫୋରମର ଏକ ବୈଠକରୁ ଏହା ଆରମ୍ଭ ହେବ। ଏହି ସମ୍ମିଳନୀ ୨୨ରୁ ୨୪ ଅଗଷ୍ଟ ପର୍ଯ୍ୟନ୍ତ ଚାଲିବ।
ଏହି ସମ୍ମିଳନୀରେ ଭାରତର ଧ୍ୟାନ ଅନେକ ପ୍ରସଙ୍ଗ ଉପରେ ରହିବ, ଯେଉଁଥିରେ ଅର୍ଥନୈତିକ ଏବଂ ସୁରକ୍ଷା ସ୍ବାର୍ଥ ସର୍ବାଧିକ ହେବ। ଅର୍ଥନୈତିକ ସହଯୋଗ, ଖାଦ୍ୟ ନିରାପତ୍ତା ଏବଂ ବ୍ରିକ୍ସ ବିସ୍ତାର ସହ ଜଡିତ ଆଲୋଚନାରେ ଅଂଶଗ୍ରହଣ କରିବା ବ୍ୟତୀତ ପ୍ରଧାନମନ୍ତ୍ରୀ ମୋଦି ସଦସ୍ୟ ରାଷ୍ଟ୍ରର ପରସ୍ପରର ସୁରକ୍ଷା ସ୍ବାର୍ଥକୁ ସମ୍ମାନ ଦେବା ଏବଂ ଆତଙ୍କବାଦ ବିରୋଧରେ ଏକ ସ୍ବରରେ କହିବା ଆବଶ୍ୟକ ବୋଲି ସେ କହିଛନ୍ତି।
୫୦ରୁ ଅଧିକ ଦେଶର ନେତାଙ୍କ ସହ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସା, ଚାଇନାର ସି ଜିନପିଙ୍ଗ, ବ୍ରାଜିଲର ଲୁଇଜ ଲୁଲା ଡା ସିଲଭା ଯୋଗଦେବେ ବୋଲି ଆଶା କରାଯାଉଛି।
୨୦୧୯ ପରେ ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କର ପ୍ରଥମ ବ୍ୟକ୍ତିଗତ ବ୍ରିକ୍ସ ସମ୍ମିଳନୀ ହେବ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମଧ୍ୟ ଏହି ସମ୍ମିଳନୀରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର…

ଅପହୃତା ନାବାଳିକା ଉଦ୍ଧାର ଘଟଣା, ଘରକୁ ନେବାକୁ ମନାକଲେ ପରିବାର

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ଜଣେ ନାବାଳକ ଅପହରଣ କରି…

JPSCରେ ବଡ଼ ହଲଚଲ! ୩ ସଦସ୍ୟଙ୍କ ଇସ୍ତଫା, କାଲି CIDର ଜେରା

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC-JSSC ପରୀକ୍ଷାକୁ ନେଇ ଛାତ୍ର ଆନ୍ଦୋଳନ ଜାରି ଥିବା ବେଳେ ଝାଡ଼ଖଣ୍ଡ ପବ୍ଲିକ୍ ସର୍ଭିସ୍ କମିଶନ୍ (JPSC)କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି।…

Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri