ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ ଯୋଗ ଦେବେ BRICS ରାଷ୍ଟ୍ରସମୂହର ପ୍ରତିନିଧି ଓ ବିଶେଷଜ୍ଞ। ରୁଷିଆ, ସାଉଦି ଆରବ, ଦକ୍ଷିଣ ଆଫ୍ରିକା, ୟୁଏଇ, ଚାଇନା, ବ୍ରାଜିଲ, ଇଜିପ୍ଟ, ଇଥିଓପିଆ, ଇଣ୍ଡୋନେସିଆ, ଇରାନ୍ ପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବିପର୍ଯ୍ୟୟ ପରିଚାଳନାରେ ଅନ୍ତର୍ଜାତୀୟ ସହଯୋଗ ନେଇ ଆଲୋଚନା ହେବ ଜଣାପଡିଛି।