ବ୍ୟୁଟି ପାର୍ଲରରେ ସଜ ହେଉଥିଲେ କନ୍ୟା, ମୋବାଇଲକୁ ଆସିଲା ବରଙ୍କ ଆଶ୍ଚର୍ଯ୍ୟକର ମେସେଜ୍‌; ପାଦତଳୁ ଖସିଗଲା ମାଟି

ଲକ୍ଷ୍ନୌ,୩୦।୪: ବ୍ୟୁଟି ପାର୍ଲରରେ ଜଣେ କନ୍ୟା ସଜ ହେବାକୁ ଯାଇଥିବା ବେଳେ ଠିକ୍‌ ଏହି ସମୟରେ ବରଙ୍କର ଏକ ମେସେଜ ଆସିଥିଲା। ଯାହା ସମସ୍ତଙ୍କ ହୋସ୍‌ ଉଡ଼ାଇ ଦେଇଥିଲା। ଏଥିରେ ଲେଖାଥିଲା ବିବାହ କ୍ୟାନସେଲ। ଆମେ ବରଯାତ୍ରୀ ନେଇ ଯାଉନାହୁଁ।

ଉତ୍ତରପ୍ରଦେଶର କାନପୁରରୁ ଏପରି ଏକ ଖବର ଆସିଛି। କାନପୁରର ପନକୀ ଥାନା ଅନ୍ତର୍ଗତ କଙ୍ଗାଗଞ୍ଜ କଲୋନୀରେ ରହୁଥିବା ପୁଷ୍ପଲତାଙ୍କର ବିବାହ ମହାରାଜପୁରର କ୍ରାନ୍ତି ସିଂହଙ୍କ ସହ ବିବାହ ୨୮ ଏପ୍ରିଲରେ ହେବାର ଥିଲା। ପୁଷ୍ପଲତା ସାଙ୍ଗମାନଙ୍କ ସହ ପାର୍ଲର ଯାଇଥିଲେ। ଏପଟେ ବରପକ୍ଷ କନ୍ୟାପକ୍ଷଙ୍କୁ ଫୋନ୍‌ କରି ବିବାହ କରିବାକୁ ମନା କରିଛନ୍ତି। ଫଳରେ ମଙ୍ଗୁଳା କନ୍ୟାଙ୍କ ପାଦତଳୁ ମାଟି ଖସିଯାଉଛି। ଏ ସମ୍ପର୍କରେ କନ୍ୟାଙ୍କ ପରିବାର ପକ୍ଷରୁ ପୋଲିସକୁ ସୂଚନା ଦିଆଯାଇଥିଲା। ପୋଲିସ ଘଟଣାର ଯାଞ୍ଚ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ ସ୍ପଷ୍ଟ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?