ବିବାହ ଭୋଜିରେ ଅତିଥିଙ୍କ ଠାରୁ ପ୍ଲେଟ ପିଛା ୭,୩୦୦ ଟଙ୍କା ଦାବି କଲେ ନବଦମ୍ପତି, ଚର୍ଚ୍ଚାରେ…

ୱାଶିଂଟନ,୧୨।୧୧: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବିବାହରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବନ୍ଧନରେ ବାନ୍ଧି ହୋଇଥିବା ଦମ୍ପତି ତାଙ୍କ ବିବାହରେ ଯୋଗ ଦେଇଥିବା ଅତିଥିଙ୍କ ଠାରୁ ପ୍ଲେଟ୍‌ ପିଛା ୭,୩୦୦ ଟଙ୍କା ଦାବି କରିଥିଲେ। ନିଜ ବିବାହ ଖର୍ଚ୍ଚ ଭରଣା କରିବାକୁ ସେମାନଙ୍କ ନିକଟରେ ଅର୍ଥର ଅଭାବ ଥିଲା। ତେଣୁ ସେମାନେ ଏହି ଟଙ୍କା ନିମନ୍ତ୍ରୀତ ଅତିଥିଙ୍କଠାରୁ ଆଦାୟ କରିବାକୁ ପ୍ଲାନ କରିଥିଲେ। କେବଳ ସେତିକି ନୁହେଁ, ବିବାହ ସ୍ଥଳରେ ଏକ ବକ୍ସ ରଖି ସେଥିରେ ଟଙ୍କା ପକାଇବାକୁ ଅତିଥିଙ୍କୁ ଅନୁରୋଧ କରାଯାଇଥିଲା। ବର-କନ୍ୟାଙ୍କ ଭବିଷ୍ୟତ ଜୀବନ, ନୂଆ ଘର ପାଇଁ ଏହି ଅର୍ଥ ରାଶି ବିନିଯୋଗ କରାଯିବ ବୋଲି ଲେଖା ଯାଇଥିଲା। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ବେଳେ ୟୁଜର୍ସମାନେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେବାରେ ଲାଗିଛନ୍ତି। ସେଠାରେ ଯୋଗ ଦେଇଥିବା ଜଣେ ଅତିଥି ଲେଖିଛନ୍ତି କି ବିବାହ ସ୍ଥାନରୁ ତାଙ୍କ ଘର ୪ ଘଣ୍ଟା ଦୂରରେ ଥିଲା। ଏଥି ପାଇଁ ଗାଡି ଡ୍ରାଇଭ୍‌ କରି ଯିବାକୁ ପଡିଥିଲା। ସେଥିପାଇଁ ପେଟ୍ରୋଲ ଅଧିକ ଖର୍ଚ୍ଚ ହୋଇଥିଲା। ଏହା ବାଦ୍‌ ଖାଇବା ପାଇଁ ଟଙ୍କା ଦେବାକୁ ପଡିଲା। ଯାହା ଖୁବ୍‌ ବ୍ୟୟସାପେକ୍ଷ ହେଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍‌ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri