ଇଞ୍ଜେକ୍ସନ ନେବା ପରେ ନବବଧୂଙ୍କ ମୃତ୍ୟୁ: ବିବାହର ମାତ୍ର ୧୦ ଦିନରେ ଜଳିଲା ଜୁଇ

ଭୁବନେଶ୍ୱର,୪।୭(ବ୍ୟୁରୋ): ପାଦରୁ ଅଳତା, ହାତରୁ ମେହେନ୍ଦି ଲିଭିନି। ବିବାହର ମାତ୍ର ୧୦ ଦିନରେ ଜଣେ ନବବଧୂଙ୍କ ଜୁଇ ଜଳିଛି। ଇଞ୍ଜେକ୍ସନ ନେବାର ମାତ୍ର କିଛି ସମୟ ଭିତରେ ନବବଧୂ ଜଣକ ଯନ୍ତ୍ରଣାରେ ଛଟପଟ ହୋଇ ଆଖିବୁଜି ଦେଇଛନ୍ତି। ଶନିବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଏହି ଦୁଃଖଦ ଘଟଣା ଘଟିଛି। ମୃତ ନବବଧୂ ହେଲେ ବରମୁଣ୍ଡା ଅଞ୍ଚଳର ପ୍ରିୟଙ୍କା ପଟ୍ଟନାୟକ। ବେକରେ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ପ୍ରିୟଙ୍କାଙ୍କ ଏଭଳି ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ପରିବାର ଲୋକେ। ଡାକ୍ତରଙ୍କ ଅବହେଳା ଓ ଭୁଲ୍‌ ଇଞ୍ଜେକ୍ସନ ପାଇଁ ପ୍ରିୟଙ୍କାଙ୍କ ମୃତ୍ୟୁ ଘଟିଥିବା ଶାଶୁଘର ଓ ବାପଘର ଲୋକେ ଅଭିଯୋଗ ଆଣି ହୋହଲ୍ଲା କରିଥିଲେ। ଫଳରେ ହସ୍ପିଟାଲରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏପରିକି ଉତ୍ତ୍ୟକ୍ତ ଲୋକେ ଓ ହସ୍ପିଟାଲ ସୁରକ୍ଷା କର୍ମୀଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବରପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ସମସ୍ତଙ୍କୁ ବୁଝାଶୁଝା କରିବା ପରେ ଉତ୍ତେଜନା ହ୍ରାସ ପାଇଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲ୍‌ ପଠାଇଥିଲା। ଶ୍ୱଶୁରଙ୍କ ଲିଖିତ ଅଭିଯୋଗ ପରେ ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା (ନଂ. ୬୨/୨୧) ରୁଜୁ କରିଛି। ଅନ୍ୟପକ୍ଷରେ ମୃତକଙ୍କ ପରିବାର ଲୋକେ ଆକ୍ରମଣ କରିଥିବା ନେଇ ହସ୍ପିଟାଲର ସିକ୍ୟୁରିଟି ଗାର୍ଡଙ୍କ ପକ୍ଷରୁ ଥାନାରେ ମଧ୍ୟ ପାଲଟା ଅଭିଯୋଗ କରାଯାଇଛି। ଥାନା ଅଧିକାରୀ ଶରତ ସାହୁ କହିଛନ୍ତି, ମୃତକଙ୍କ ପରିବାର ଲୋକଙ୍କ ପକ୍ଷରୁ ଡାକ୍ତରଙ୍କ ବିରୋଧରେ ଅଣାଯାଇଥିବା ଅଭିଯୋଗ ପୋଲିସ ଗ୍ରହଣ କରିଛି। ତେବେ ସୁପ୍ରିମ୍‌କୋର୍ଟଙ୍କ ଗାଇଡ୍‌ଲାଇନ ଅନୁସାରେ ଏ ସଂକ୍ରାନ୍ତରେ ପୋଲିସ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ)ଙ୍କୁ ଚିଠି ଲେଖିବ। ସିଡିଏମ୍‌ଓଙ୍କ ତଦନ୍ତ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସାହୁ କହିଛନ୍ତି।

ପରିବାର ଲୋକଙ୍କ କହିବା ମୁତାବକ, ପ୍ରିୟଙ୍କାଙ୍କ ଘର ମେଣ୍ଢାଶାଳରେ ହୋଇଥିବାବେଳେ ଗତ ୨୩ ତାରିଖରେ ବରମୁଣ୍ଡା ଅଞ୍ଚଳରେ ତାଙ୍କର ବାହାଘର ହୋଇଥିଲା। ଶୁକ୍ରବାର ବେକରେ ରକା ପଶିବାରୁ ସେ କଷ୍ଟ ଅନୁଭବ କରୁଥିଲେ। ଶନିବାର ଭୋର୍‌ରେ ଯନ୍ତ୍ରଣା ଅସହ୍ୟ ହେବାରୁ ଶାଶୁଘର ଲୋକେ ତାଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ। ତାଙ୍କ ଭାଇ କହିଛନ୍ତି, ପ୍ରିୟଙ୍କାର ଅନ୍ୟ କୌଣସି ରୋଗ ନ ଥିଲା। ସେ ସୁସ୍ଥ ଥିଲେ। ଚାଲି ଚାଲି ହସ୍ପିଟାଲ ଭିତରକୁ ଯାଇଥିଲେ। ବେକରେ ଯନ୍ତ୍ରଣା ଭଲ କରିବା ପରିବର୍ତ୍ତେ ଡାକ୍ତର ମାରିଦେଲେ। ବିଳମ୍ବରେ ଚିକିତ୍ସା ଆରମ୍ଭ କଲେ। ଡାକ୍ତର ପାଖରେ ଠିଆ ହୋଇଥିବାବେଳେ ଅନ୍ୟ ଜଣେ କିଏ ଇଞ୍ଜେକ୍ସନ ଦେଇଥିଲେ ବୋଲି ସେ କହିଛନ୍ତି। ତେବେ ଚିକିତ୍ସା ଅବହେଳାକୁ ଅସ୍ବୀକାର କରିଛନ୍ତି ମୃତକଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସଞ୍ଜୟ ପଣ୍ଡା। ମୃତକଙ୍କ ବେକରେ ଯନ୍ତ୍ରଣା ହେଉଥିବାରୁ ତାଙ୍କୁ ପେନ୍‌କିଲର ସହ ବାନ୍ତି ଓ ଗ୍ୟାସ୍‌ ପାଇଁ ଇଞ୍ଜେକ୍ସନ ଦିଆଯାଇଥିଲା। ଯନ୍ତ୍ରଣା କମିଥିଲେ ତାଙ୍କ ସ୍ପାଇନାଲ୍‌ କର୍ଡର ସିଟି ସ୍କାନ କରାଯାଇଥାନ୍ତା। ତେବେ ଇଞ୍ଜେସକ୍ସନ ନେବା ପରେ ହୃଦ୍‌ଘାତରେ ପ୍ରିୟଙ୍କାଙ୍କ ମୃତ୍ୟୁ ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri