ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ଗୁରୁତର

ବରଗଡ଼ ଅଫିସ୍‌/ବିଜେପୁର,୯।୫: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ଜାରିଂ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଅଧିକ ଯୌତୁକ ଦାବି କରି ଶାଶୁଘର ଲୋକେ ଜଣେ ବିବାହିତା ମହିଳାଙ୍କୁ ନିଆଁରେ ପୋଡ଼ି ମାରି ଦେଇଥିବା କନ୍ୟାପକ୍ଷ ଅଭିଯୋଗ କରିଛନ୍ତି । ମୃତା ମହିଳା ହେଲେ ଉକ୍ତ ଗ୍ରାମର ରାଜେନ୍ଦ୍ର ବାରିକଙ୍କ ସ୍ତ୍ରୀ ପୁଷ୍ପାଞ୍ଜଳି। ମୃତ ପୁଷ୍ପାଞ୍ଜଳିଙ୍କ ବାପା ଭୀଷ୍ମଦେବ ବାରିକଙ୍କ ଏତଲାକ୍ରମେ ବିଜେପୁର ଥାନା ପୋଲିସ ଏକ ମାମଲା (ନଂ.୮୦/୨୧) ରୁଜୁ କରିଛି। ମୃତ ପୁଷ୍ପାଞ୍ଜଳିଙ୍କ ସ୍ବାମୀ ରାଜେନ୍ଦ୍ର ମଧ୍ୟ ଗୁରୁତର ଅବସ୍ଥାରେ ଭିମସାର୍‌, ବୁର୍ଲାରେ ଚିକିତ୍ସାଧୀନ ଅଛନ୍ତି ।
୭ ବର୍ଷ ତଳେ ରାଜେନ୍ଦ୍ର ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ମହଖଣ୍ଡ ଗ୍ରାମର ଭୀଷ୍ମଦେବ ବାରିକଙ୍କ ଝିଅ ପୁଷ୍ପାଞ୍ଜଳିଙ୍କୁ ବିବାହ କରିଥିଲେ। ବିବାହ ସମୟରେ କନ୍ୟାପକ୍ଷ ଝିଅ, ଜ୍ୱାଇଁଙ୍କୁ ଉପହାର ଦେଇଥିଲେ । ବିବାହ ପରେ ଶାଶୁଘର ଲୋକେ ଲକ୍ଷେ ଟଙ୍କା ସହିତ ଅଧିକ ସୁନା ଗହଣା, ଗାଡ଼ି ଆଦି ଦାବି କରି ପୁଷ୍ପାଞ୍ଜଳିଙ୍କୁ ଶାରୀରିକ, ମାନସିକ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗ ହୋଇଛି। ଶନିବାର ଶାଶୁଘରେ ଥିବାବେଳେ ପୁଷ୍ପାଞ୍ଜଳି ନିଆଁରେ ପୋଡି ହୋଇ ଗୁରୁତର ହୋଇଥିଲେ। ପରେ ତାଙ୍କୁ ବୁର୍ଲା ନିଆଯାଇଥିଲା। ସେଠାରୁ ରାଉରକେଲା ଆଇଜିଏଚ୍‌କୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ରବିବାର ଭୋରରେ ପୁଷ୍ପାଞ୍ଜଳିଙ୍କ ମୃତ୍ୟୁ ଘଟିଥିଲା। ପୁଷ୍ପାଞ୍ଜଳି କିରୋସିନ ଢ଼ାଳି ଆତ୍ମହତ୍ୟା କରିଥିବା ଶାଶୁଘର ଲୋକେ କହୁଥିବା ବେଳେ କନ୍ୟାପକ୍ଷ ଲୋକେ ତାଙ୍କୁ ପୋଡ଼ି ମାରି ଦିଆଯାଇଥିବା ଅଭିଯୋଗ ହୋଇଛି। ରବିବାର ରାଉରକେଲାରୁ ମୃତଦେହ ବ୍ୟବଚ୍ଛେଦ ହୋଇ ଜାରିଂ ନିଆଯାଇ ଦାହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri