ଯୌତୁକ ପାଇଁ ବଧୂ ହତ୍ୟା: ଜେଲଗଲେ ଶାଶୁ, ଶ୍ୱଶୁର, ନଣନ୍ଦ

ବ୍ରହ୍ମପୁର ଅଫିସ,୧୧।୭: ବ୍ରହ୍ମପୁର ସଦର ଥାନା ପୋଲିସ ରବିବାର ଏକ ଯୌତୁକ ଜନିତ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମୃତ ମନ୍ଦାକିନି ସ୍ବାଇଁଙ୍କ ଶାଶୁ ଝୁନୁ ସ୍ବାଇଁ, ଶ୍ୱଶୁର ଜଳନ୍ଧର ସ୍ବାଇଁ ଓ ନଣନ୍ଦ ଜିତୁନୁ ସ୍ବାଇଁ। ପୋଲିସ ଯୌତୁକ ଜନିତ ହତ୍ୟା ମାମଲା ନମ୍ବର ୧୬୩/୨୧ ରେ ଗିରଫ ଅଭିଯୁକ୍ତମାନଙ୍କୁ ରବିବାର କୋର୍ଟ ଚାଲାଣ କରିଛି। ମନ୍ଦାକିନି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ତାଙ୍କ ସ୍ବାମୀ ମିଥୁନ ସ୍ବାଇଁଙ୍କୁ ପୋଲିସ ପୂର୍ବରୁ ମେ ୨୭ରେ ଗିରଫ କରିଥିଲା।

ମିଳିଥିବା ସୂଚନା ମୁତାବକ, ସଦର ଥାନା ଅଦୀନ ବଉଳଝୋଳି ଗ୍ରାମର ସୁରେନ୍ଦ୍ର ପାତ୍ରଙ୍କ ଝିଅ ମନ୍ଦାକିନିଙ୍କୁ ରୋହିଗଁାର ମିଥୁନ ବିବାହ କରିଥିଲେ। ଗତ ମେ ୨୬ ତାରିଖ ରାତିରେ ମନ୍ଦାକିନିଙ୍କ ମୃତ୍ୟୁ ଘଟିଥିବା ଖବର ପାଇ ତାଙ୍କ ମା’ ଲକ୍ଷ୍ମୀ ପାତ୍ର ଓ ଭାଇ ପ୍ରକାଶ ବଉଳଝୋଳି ଗ୍ରାମରେ ପହଞ୍ଚତ୍ଥିଲେ। ଅଧିକ ଯୌତୁକ ଦାବି କରି ଝିଅକୁ ଶ୍ୱଶୁର ଘର ଲୋକ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିଲେ। ଏଣୁ ମିଥୁନ ଓ ତାଙ୍କ ପରିବାର ଲୋକ ମନ୍ଦାକିନିଙ୍କ ତଣ୍ଟି ଚିପି ହତ୍ୟା କରିଛନ୍ତି ବୋଲି ସେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏନେଇ ଏକ ମାମଲା ରୁଜୁ କରି ପ୍ରଥମେ ମିଥୁନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri