ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍ ପାର୍ଟି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ, ଚତୁର୍ଥ ଦିନରେ ନବବଧୂ ଜଣକ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଚର୍ଚ୍ଚାର ବିଷୟ ପାଲଟିଛି।

ସୂଚନା ଅନୁଯାୟୀ, ଗତ ମଙ୍ଗଳବାର ଦିନ ମହେଶପୁର ଗ୍ରାମର ଘନଶ୍ୟାମ ଜେନାଙ୍କ ପୁଅ ମଧୁସୂଦନ ଜେନା ବୈଦିକ ରୀତିନୀତି ଅନୁଯାୟୀ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ବୁଆଁଳ ଗ୍ରାମର ପ୍ରଭାକର ଜେନାଙ୍କ ଝିଅ ସୁସ୍ମିତା ଜେନାଙ୍କୁ ବିବାହ କରିଥିଲେ। ବିବାହ ପରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ସରିଥିଲା ଏବଂ ଶୁକ୍ରବାର ଦିନ ରିସେପସନ୍ ପାଇଁ ବ୍ୟାପକ ଆୟୋଜନ କରାଯାଇଥିଲା।

ତେବେ ଗୁରୁବାର ରାତିରେ ଏକ ଅପ୍ରତ୍ୟାଶିତ ଘଟଣା ଘଟିଥିଲା। ସୁସ୍ମିତାଙ୍କ ସହିତ ଆସିଥିବା ତାଙ୍କ ଭାଇଙ୍କ ସହଯୋଗରେ ବୁଆଁଳ ଅଞ୍ଚଳର ଦୁଇ ଯୁବକ ଏକ ଧଳା ରଙ୍ଗର ଆର୍ଟିଗା କାର୍‌ରେ ଆସି ସୁସ୍ମିତାଙ୍କୁ ନେଇ ପଳାଇ ଯାଇଥିବା ବର ପକ୍ଷ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଯିବା ସମୟରେ ସୁସ୍ମିତା ନିଜ ସହିତ ୮୦ ହଜାର ଟଙ୍କା ନଗଦ ସମେତ ଲକ୍ଷାଧିକ ଟଙ୍କାର ସୁନା ଓ ରୁପା ଅଳଙ୍କାର ମଧ୍ୟ ନେଇଯାଇଛନ୍ତି।

ଏହି ସମ୍ପର୍କରେ ବର ପରିବାର ପକ୍ଷରୁ ବୈଶିଙ୍ଗା ଥାନାରେ ଏକ ଲିଖିତ ଅଭିଯୋଗ ଦାଖଲ କରାଯାଇଛି। ଅଭିଯୋଗ ପାଇବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ତଦନ୍ତ ପରେ ହିଁ ପ୍ରକୃତ ସତ୍ୟାସତ୍ୟ ସାମ୍ନାକୁ ଆସିବ ବୋଲି ପୋଲିସ ସୂଚନା ଦେଇଛି।

ଖବର ଲେଖା ହେବା ସୁଦ୍ଧା ଏହି ମାମଲାରେ କୌଣସି ଆନୁଷ୍ଠାନିକ କେସ୍ ରୁଜୁ ହୋଇନାହିଁ। ଘଟଣାର ଏକ ନ୍ୟାୟୋଚିତ ସମାଧାନ ପାଇଁ ଉଭୟ ପକ୍ଷଙ୍କୁ ଚବିଶ ଘଣ୍ଟାର ସମୟ ଦିଆଯାଇଛି। ଯଦି ଏହି ସମୟ ମଧ୍ୟରେ ସମାଧାନ ନ ହୁଏ, ତେବେ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନାଧିକାରୀ ବାରିଣୀ ଦାସଙ୍କ ସୂତ୍ରରୁ ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?