ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ ସଦସ୍ୟଙ୍କ ଖାଦ୍ୟରେ ମୂଷାମରା ବିଷ ମିଶାଇଥିବା ଅଭିଯୋଗ ହୋଇଛି । ଖାଦ୍ୟ ଖାଇବା ପରେ ପରିବାରର ସଦସ୍ୟମାନେ ଅସୁସ୍ଥ ହୋଇପଡ଼ିବାରୁ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହାପରେ ନବବଧୂ ଜଣକ ଘରୁ ଗହଣା ଓ ବିବାହରେ ମିଳିଥିବା ଟଙ୍କା ନେଇ ଫେରାର ହେବାକୁ ଉଦ୍ୟମ କରିଥିବା ଜଣାପଡ଼ିଛି । ଏଭଳି ଘଟଣା ମହାରାଷ୍ଟ୍ରର ଜଳଗାଓଁ ଜିଲା ଅନ୍ତର୍ଗତ ପାରୋଲା ତାଲୁକାର ୱେଲ୍‌ହାନେ ଗାଁରେ ଘଟିଛି । ଘଟଣାରେ ଦୁଇ ମହିଳାଙ୍କୁ ପୋଲିସ ଅଟକ ରଖିଥିବା ରିପୋର୍ଟରୁ ଜଣାପଡ଼ିଛି।

ରିପୋର୍ଟ ଅନୁଯାୟୀ, ୩୨ ବର୍ଷୀୟ ଜଣେ ଯୁବକଙ୍କ ବିବାହ ଅକ୍ଟୋବର ୭ ତାରିଖରେ ହୋଇଥିଲା। ଅକ୍ଟୋବର ୯ ତାରିଖ ରାତିରେ ନବବଧୂ ଜଣକ ସ୍ୱାମୀଙ୍କ ସମେତ ପରିବାରର ଅନ୍ୟ ସଦସ୍ୟଙ୍କ ଖାଦ୍ୟରେ ମୂଷାମରା ଔଷଧ ମିଶାଇଥିବା ଅଭିଯୋଗ ହୋଇଛି। ଖାଦ୍ୟ ଖାଇବା ପରେ ପରିବାରର ସଦସ୍ୟମାନେ ଶୋଇବାକୁ ଯାଇଥିଲେ। କିଛି ସମୟ ପରେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ଆରମ୍ଭ ହୋଇଥିଲା। ପରିବାରରେ ସ୍ୱାମୀଙ୍କ ସମେତ ଆଉ ତିନି ଜଣ ସଦସ୍ୟ ଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ପରିବାରର ସଦସ୍ୟମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ଘଟଣା ସମ୍ପର୍କରେ ଜଣାପଡ଼ିଥିଲା। ଅସୁସ୍ଥ ବୟସ୍କ ଦମ୍ପତିଙ୍କୁ ଚିକିତ୍ସା ପାଇଁ ଧୁଲେ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସେମାନଙ୍କ ସ୍ଥିତିରେ ସୁଧାର ଆସିଥିବା ରିପୋର୍ଟରେ କୁହାଯାଇଛି।

ଘଟଣା ପରେ ସ୍ଥାନୀୟ ଲୋକେ ଓ ପରିବାରର ଅନ୍ୟ ସଦସ୍ୟମାନେ ଦୁଇ ମହିଳାଙ୍କୁ ଗିରଫ କରିବା ଦାବିରେ ଥାନା ସମ୍ମୁଖରେ ରାସ୍ତା ଅବରୋଧ କରିଥିଲେ। ଏହାପରେ ପୋଲିସ ତଦନ୍ତକୁ ଜୋରଦାର କରିଥିଲା। ଫେରାର ହେବାକୁ ଉଦ୍ୟମ କରୁଥିବା ଦୁଇ ମହିଳାଙ୍କୁ ଧୁଲେ ଜିଲାର ନିମଗୁଲ ଗାଁ ନିକଟରୁ ଅଟକ ରଖାଯାଇଥିବା ରିପୋର୍ଟରେ କୁହାଯାଇଛି। ପୋଲିସର ତଦନ୍ତ ସମୟରେ ନବବଧୂ ଝାଡ଼ଖଣ୍ଡର ବାସିନ୍ଦା ବୋଲି ଜଣାପଡ଼ିଛି । ତାଙ୍କୁ ସହଯୋଗ କରୁଥିବା ଅନ୍ୟ ମହିଳା ମଧ୍ୟ ଝାଡ଼ଖଣ୍ଡର ବାସିନ୍ଦା ବୋଲି କୁହାଯାଉଛି। ରିପୋର୍ଟ ଅନୁସାରେ, ଦୁଇ ମହିଳାଙ୍କ ନାମ ସୁମନ ସୁଭାଷ ସାହନୀ ଓ ଆରତୀ ସୂର୍ଯ୍ୟାକ୍ଷ ପଟେଲ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?