ଦେବୀଘାଟରେ ବରଯାତ୍ରୀ ବସ୍‌-ଟ୍ରେଲର ମୁହାଁମୁହିଁ : ୨ ମୃତ, ୫ରୁ ଊର୍ଦ୍ଧ୍ୱ ଗୁରୁତର

କୋରାପୁଟ,୧୧।୫(ସ୍ବ.ପ୍ର.): କୋରାପୁଟ ଜୟପୁର ୨୬ ନମ୍ବର ଜାତୀୟ ରାଜପଥର ଦେବୀଘାଟ ନିକଟରେ ବୁଧବାର ସକାଳେ ଏକ ଘରୋଇ ବସ୍‌ ଓ ଟ୍ରେଲର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛିି। ଏଥିରେ ୨ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ୫ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭର୍ତ୍ତି ହୋଇଛନ୍ତି । ଜୟପୁର ଅଞ୍ଚଳରୁ ପ୍ରାୟ ୪୦ ଜଣ ବରଯାତ୍ରୀଙ୍କୁ ନେଇ ଆର୍‌ ଉଦୟଗିରି ଯାଉଥିବା ଅନ୍ନପୂର୍ଣ୍ଣା ନାମକ ଏକ ଘରୋଇ ବସ୍‌ କୋରାପୁଟ ଆଡ଼କୁ ଆସୁଥିବାବେଳେ ବିପରୀତ ଦିଗରୁ ଯାଉଥିବା ଏକ ଟ୍ରେଲର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଟ୍ରେଲର ସମ୍ମୁଖ ଭାଗ ଭାଙ୍ଗିରୁଜି ଯାଇଥିବାବେଳେ ବସ୍‌ଟି ଜାତୀୟ ରାଜପଥ ଉପରେ ଓଲଟି ପଡିଥିଲା। ଏ ନେଇ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଥିବା ବେଳେ କୋରାପୁଟ ଏସ୍‌ଡିପିଓ ମନୋଜ ପୂଜାରୀଙ୍କ ସମେତ କୋରାପୁଟ ଓ କୋଲାବ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତକ ଓ ଗୁରୁତରମାନଙ୍କୁ ମେଡିକାଲ କଲେଜକୁ ପଠାଇଥିଲେ। ବର୍ତ୍ତମାନ ରାସ୍ତା ଉପରୁ ଗାଡ଼ି ହଟାଯିବା ପାଇଁ ପ୍ରୟାସ ଜାରି ରହିଥିବା ଏସ୍‌ଡିପିଓ ପୂଜାରୀ ସୂଚନା ଦେଇଛନ୍ତି। ଗୁରୁତରଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ମୃତକଙ୍କ ପରିଚୟ ମିଳିପାରା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri