ବର କନ୍ୟା ମୁଣ୍ଡରେ ସିନ୍ଦୁର ଦେଲାପରେ ଭାଙ୍ଗି ଗଲା ବାହାଘର: କନ୍ୟାଙ୍କ ସାନଭଉଣୀକୁ ଉଠାଇ ନେଲେ ବର

ବାଲ୍ୟ ବିବାହକୁ ପୋଲିସ ଦ୍ୱାରା ରୋକା ଯିବାରୁ ବର ରାଗି କରି କନ୍ୟାଙ୍କ ଭଉଣୀଙ୍କୁ ଉଠାଇ ନେଇଥିଲେ। ପରେ ପୋଲିସ ଉକ୍ତ ଯୁବତୀଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ବରଙ୍କ ସମ୍ପର୍କୀୟ ମହିଳାଙ୍କୁ ଗିରଫ କରାଯାଇଛି। ହେଲେ ବର ଫେରାର ହୋଇଯାଇଛନ୍ତି। ମଧ୍ୟପ୍ରଦେଶ ମୋରେନା ଜିଲାର ପୋରସା ପୋଲିସ ଷ୍ଟେସନ ଅନ୍ତର୍ଗତ ଏକ ଗାଁରେ ଏଭଳି ଘଟଣା ଘଟିଛି।
ଜଣେ ଦଳିତ ନାବାଳିକାଙ୍କ ବିବାହ ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ପ୍ରଶାସନ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ ସକ୍ରିୟ ହୋଇଉଠିଥିଲା। ପୋଲିସ ପହଞ୍ଚି ନାବାଳିକାଙ୍କ ପରିବାର ଲୋକଙ୍କୁ ବୁଝାସୁଝା ପାଇଁ ଥାନାକୁ ଆଣିଥିଲା। ତଥାପି ବର ନାବାଳିକା କନ୍ୟାଙ୍କ ମଥାରେ ସିନ୍ଦୁର ଲଗାଇ ଦେଇଥିଲେ। ପୋଲିସ ଏବଂ ପ୍ରଶାସନ ଡାକ୍ତରୀ ପରୀକ୍ଷା କରି ନାବାଳିକାଙ୍କୁ ମୋରେନାରେ ଥିବା ଏକ ଷ୍ଟପ ସେଣ୍ଟରରେ ଭର୍ତ୍ତି କରିଥିଲେ। ବିବାହ ବନ୍ଦ ହେବା ପରେ ବର ରାଗିଯାଇ ନିଜ ସମ୍ପର୍କୀୟମାନଙ୍କ ସହିତ ଝିଅ ଘରେ ପହଞ୍ଚି ବିବାହ ଉଦ୍ଦେଶ୍ୟରେ ନାବାଳିକାଙ୍କ ସାନ ଭଉଣୀକୁ ଜବରଦସ୍ତ ଉଠାଇ ନେଇଥିଲେ। ଏ ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଏବଂ ପ୍ରଶାସନ ଏକ ସର୍ଚ୍ଚ ଅପରେଶନ କରିଥିଲେ। ଅପହରଣ ହୋଇଥିବା ଝିଅକୁ ଉଦ୍ଧାର କରିଥିଲେ। ଏହି ଘଟଣାରେ ସାହାଯ୍ୟ କରିଥିବା ନେଇ ବରର ସମ୍ପର୍କୀୟ ମହିଳା ମଧ୍ୟ ଧରାପଡିଛନ୍ତି। ନାବାଳିକାଙ୍କ ବାପାଙ୍କ ଅଭିଯୋଗ ଉପରେ ପୋଲିସ ଅପହରଣ ଏବଂ ବାଲ୍ୟ ବିବାହ ଅଧିନିୟମ ଅନୁଯାୟୀ ଏକ ମାମଲା ରୁଜୁ କରି ଫେରାର ବରଙ୍କୁ ଖୋଜୁଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର…

ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ବଡ଼ ଝଟ୍‌କା; ମାସକୁ ଦେବାକୁ ହେବ ୨୯୯ ଟଙ୍କା, ତା’ ପରେ ମିଳିବ ଏସବୁ ଚଲାଇବାକୁ ସୁବିଧା…

ନୂଆଦିଲ୍ଲୀ,୭।୬: ମେଟା ଭାରତୀୟ ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ଏକ ବଡ଼ ଝଟକା ଦେଇଛି। ମେଟା ନିକଟରେ ହ଼୍ବାଟସଆପ, ଇନଷ୍ଟାଗ୍ରାମ ଏବଂ ଫେସବୁକକୁ ଦେୟଯୁକ୍ତ ସେବା ଯୋଗାଇବା ଯୋଜନା ଘୋଷଣା…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri