ଲଗାଣ ବର୍ଷାରେ ଭାଙ୍ଗିଲା ମାଛୁଆ ପୋଲ

ମୋରଡ଼ା,୭ା୯(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଦାନ୍ତିଆମୁଁହାସ୍ଥିତ ମାଛୁଆ ପୋଲ ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।
ଓ ବେତନଟୀ ବ୍ଲକକୁ ସଂଯୋଗ କରୁଥିବା ଏହି ପୋଲ ଦୀର୍ଘ ବର୍ଷ ଧରି ବିପଦସଙ୍କୁଳ ଅବସ୍ଥାରେ ଥିଲା। ବ୍ଲକ ତଥା ଜିଲାର ପ୍ରମୁଖ ହାଟ ଦାନ୍ତିଆମୁଁହାକୁ ଏହି ପୋଲ ଦେଇ ହଜାର ହଜାର ଲୋକେ ଯିବାଆସିବା କରନ୍ତି l ତେବେ ପୋଲଟି ଅର୍ଦ୍ଧ ଭଗ୍ନ ଅବସ୍ଥାରେ ଦୀର୍ଘ ବର୍ଷ ଧରି ଥିବା ବେଳେ ଗ୍ରାମବାସୀଙ୍କ ଦ୍ୱାରା ବାଲି ବସ୍ତା ପ୍ୟାକିଂ କରାଯାଇଥିଲା। ଉକ୍ତ ପୋଲଟି ୪୦ ବଷ ତଳେ ନିର୍ମାଣ କରାଯାଇଥିଲା ବୋଲି ସ୍ଥାନୀୟ ଗ୍ରାମବାସୀ କହିଛନ୍ତି। ଗତ ୨୦୧୩ ଫାଇଲିନ ବାତ୍ୟା ସମୟରେ ଏହି ପୋଲର କିଛି ଅଂଶ ଭାଙ୍ଗି ଯାଇଥିଲା। ପ୍ରଶାସନ ପକ୍ଷରୁ ଏହାର ମରାମତି କରାଯାଇ ନ ଥିଲା। ଅନ୍ୟ ପକ୍ଷରେ ଗତ ୩ ଦିନ ଧରି ଲଗାଣ ବର୍ଷା ହେବା ଫଳରେ ପୋଲଟି ସମ୍ପୂଣ୍ଣର୍ର୍ ଭାଙ୍ଗି ଯାଇଛି। ପ୍ରଶାସନ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ହରି ସିଂ, ଚିନ୍ତାମଣି ମହାନ୍ତ, ରବୀନ୍ଦ୍ର ସିଂ, ବିକର୍ତ୍ତନ ସିଂ,ମନୋରଞ୍ଜନ ପାତ୍ର, ସୁଶାନ୍ତ ସିଂ ପ୍ରମୁଖ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri