
ପୁଣେ,୧୫ା୬: ମହରାଷ୍ଟ୍ରର ପୁଣେରେ ପ୍ରବଳ ବର୍ଷା ଯୋଗୁ ରବିବାର ଏକ ବ୍ରିଜ୍ ଭୁଶୁଡ଼ିଥିଲା। ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୨ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଅନ୍ୟ କେତେଜଣ ନିଖୋଜ ଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଉଦ୍ଧାର କାର୍ଯ୍ୟରେ ଏନ୍ଡିଆର୍ଏଫ୍ କର୍ମଚାରୀ ଓ ପୋଲିସ ନିୟୋଜିତ ହୋଇଛନ୍ତି। ୬ ଜଣଙ୍କୁ ଉଦ୍ଧାର କରାଯାଇଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ୍ ଉଦ୍ଧାର କାର୍ଯ୍ୟର ତଦାରଖ କରୁଛନ୍ତି।
ଇନ୍ଦ୍ରାଣୀ ନଦୀ ଉପରେ ଥିବା ଏହି ଜୀର୍ଣ୍ଣଶୀର୍ଣ୍ଣ ବ୍ରିଜ୍ରେ ବହୁସଂଖ୍ୟାକ ଲୋକ ରୁଣ୍ଡ ହୋଇ ବଢ଼ିପାଣି ଦେଖୁଥିବା ବେଳେ ଏହା ଭୁଶୁଡ଼ି ପଡ଼ିବାରୁ କେତେଜଣ ପ୍ରଖର ସୁଅରେ ଭାସିଯାଇଥିଲେ।