ସେତୁ ନିର୍ମାଣ କାର୍ଯ୍ୟ ନିମ୍ନମାନର: ସ୍ଥାୟିତ୍ୱ ନେଇ ସନ୍ଦେହ

ନିିଶ୍ଚିନ୍ତକୋଇଲି,୬।୧୧(ଅଶୋକ କୁମାର ମହାପାତ୍ର): ନିଶ୍ଚିନ୍ତକୋଇଲି ବ୍ଲକ ୮ ନମ୍ବର କେନାଲ ଉପରେ ନିର୍ମାଣାଧୀନ ସେତୁ କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଫଳରେ ସେତୁର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କେନ୍ଦୁପାଟଣା ଜଳ ସମ୍ପଦ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଅଧୀନରେ ୮ ନମ୍ବର କେନାଲ ରହିଛି। ଏହି କେନାଲର ବୁହାଳୋ ପଞ୍ଚାୟତ ଅନ୍ତର୍ଗତ ଭୁବନଠାରେ ଉକ୍ତ ସେତୁ ନିର୍ମାଣ କରାଯାଇଛି। ସରକାରଙ୍କ ତରଫରୁ ଏହି ସେତୁ ନିର୍ମାଣ ପାଇଁ ପ୍ରଥମ ପର୍ଯ୍ୟାୟରେ ୧୪ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିଲା। ତେବେ ସେତୁ ନିର୍ମାଣ ନିମନ୍ତେ କୌଣସି ସୂଚନା ଫଳକ ଲଗାଯାଇ ନ ଥିବା ସାଧାରଣରେ ଅଭିଯୋଗ ହୋଇଛି। ଫଳରେ ସେତୁ ନିର୍ମାଣରେ ପ୍ରକୃତରେ କେତେ ଟଙ୍କା ମଞ୍ଜୁର ହୋଇଛି ସେ ସମ୍ପର୍କରେ ସ୍ଥାନୀୟ ଲୋକଙ୍କ ମନରେ ସନ୍ଦେହ ପ୍ରକାଶ ପାଇଛି।
ଟେଣ୍ଡର ଅନୁଯାୟୀ ଏହି ସେତୁ ନିର୍ମାଣ ନିମନ୍ତେ ଠିକାଦାର ଚୟନ କରାଯାଇଥିଲା। ମାତ୍ର ସମ୍ପୃକ୍ତ ଠିକାଦାର ଅଟକଳ ଅନୁଯାୟୀ ଏହି ସେତୁ ନିର୍ମାଣ କରି ନ ଥିବା ଅଭିଯୋଗ ହୋଇଛି। ନିର୍ମାଣ କାର୍ଯ୍ୟରେ ଅତ୍ୟନ୍ତ ନିମ୍ନମାନର ସାମଗ୍ରୀ ବ୍ୟବହାର କରାଯାଇଥିବା ସ୍ଥାନୀୟ ଲୋକେ ନାମ ଗୋପନ ରଖି କହିଛନ୍ତି।
ଅପରପକ୍ଷରେ ଏହି ସେତୁରେ ଗମନାଗମନ ନିମନ୍ତେ କୌଣସି ସଂଯୋଗୀକରଣ ରାସ୍ତା ନିର୍ମାଣ କରାଯାଇ ନାହିଁ। ଫଳରେ ଏହି ସେତୁ ଦେଇ ସ୍ଥାନୀୟ ଲୋକେ ଯାତାୟାତ କରିପାରୁ ନ ଥିବା କହିଛନ୍ତି। ସେହିପରି ଏହି ସେତୁ ପାର୍ଶ୍ୱରେ ଥିବା ଗାର୍ଡୱାଲ ନିକଟରେ ଭୁଶୁଡି ପଡ଼ିିଥିଲା। ଏସମ୍ପର୍କରେ ରାଜ୍ୟର ପ୍ରମୁଖ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ଗାର୍ଡୱାଲ ନାମକୁ ମାତ୍ର ନିର୍ମାଣ କରାଯାଇଥିଲା ବେଳେ କେନାଲ ବନ୍ଧ ଏବେବି ବିପଦ ସଙ୍କୁଳ ଅବସ୍ଥାରେ ରହିଥିବା ଅଭିଯୋଗ ହୋଇଛି। ଫଳରେ ଯେକୌଣସି ସମୟରେ ବନ୍ଧ ଭୁଶୁଡିବା ଆଶଙ୍କାକୁ ଏଡାଇ ଦିଆଯାଇନପାରେ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ଠିକାଦାର ନିର୍ମାଣ କରିଥିବା ସେତୁ ଓ ଗାର୍ଡ ୱାଲର କାର୍ଯ୍ୟର କୌଣସି ବିଭାଗୀୟ ଅଧିକାରୀ ତଦାରଖ କରି ନ ଥିବା ଅଭିଯୋଗ ହୋଇଛି।
ଏସମ୍ପର୍କରେ କେନ୍ଦୁପାଟଣା ଜଳ ସମ୍ପଦ ବିଭାଗ ସହକାରୀ ନିର୍ବାହୀଯନ୍ତ୍ରୀ ଅକ୍ଷୟ କୁମାର ମଲିକଙ୍କୁ ପଚାରିବାରୁ ଏହି ସେତୁ ପାଇଁ ମଞ୍ଜୁର ହୋଇଥିବା ଅର୍ଥ ଯଥେଷ୍ଟ ନୁହେଁ । ଅଧିକ ଅର୍ଥ ମଞ୍ଜୁର ହୋଇ ଆସିଲେ ସେତୁ ଓ ଗାର୍ଡୱାଲକୁ ପୁନର୍ବାର ନିର୍ମାଣ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri