ଲୁଣାନଦୀ ଉପରେ ସେତୁ: ବ୍ଲକକୁ ୪୦ କିମି ଦୂରତା କମିବ

ମହାକାଳପଡ଼ା, ୧୫ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଦୀର୍ଘବର୍ଷ ଧରି ଦାବି ହୋଇ ଆସୁଥିଲା, ତେରଗାଁ ସଂଲଗ୍ନ ଲୁଣାନଦୀ ଉପରେ ଏକ ସେତୁ ନିର୍ମାଣ ହେଲେ ମହାକାଳପଡ଼ା ମୁଖ୍ୟାଳୟକୁ ୪୦ କିମି ଦୂରତା କମିବ। ସାଧାରଣ ଲୋକ ବ୍ଲକକୁ ଆସିବାକୁ ହେଲେ ୪୦କିମି ଦୂର ପାରାଦୀପ-ଚଣ୍ଡିଖୋଲ ୫୩ନଂ. ଜାତୀୟ ରାଜପଥ, କେନାଲ ବ୍ରିଜ୍‌ ଦେଇ ଆସିବାକୁ ପଡୁଥିଲା। ହେଲେ ବ୍ଲକର ତେରଗାଁ , ଯଦୁପୁର, ରୋମିତ, ଟିକରପଙ୍କା, ପାଟୁଳିପଙ୍କ, ଖୁରୁସିଆ, ଅମେଇପାଳ ଆଦି ପଞ୍ଚାୟତର ସଂଖ୍ୟାଧିକ ସାଧାରଣ ଲୋକ ବ୍ଲକ, ତହସିଲ ଓ ଅନ୍ୟ ସରକାରୀ କାର୍ଯ୍ୟାଳୟକୁ ଆସିବାକୁ ପଡୁଛି। ତେବେ ଏହି ଅଞ୍ଚଳର ବହୁ ବୁଦ୍ଧିଜୀବୀ, ଲୋକ ପ୍ରତିନିଧି, ସାମାଜିକ କର୍ମୀ ଓ ସାଧାରଣ ଲୋକ ରାଜ୍ୟ ସରକାରଙ୍କୁ ଲୁଣାନଦୀ ଉପରେ ଏକ ସେତୁ ନିର୍ମାଣ ପାଇଁ ଦାବି କରିଆସୁଥିଲା। ଏହି ଅଞ୍ଚଳର ସାଧାରଣ ଲୋକଙ୍କ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ଲୁଣାନଦୀ ଉପରେ ଏକ ହାଇଲେଭଲ ସେତୁ ନିର୍ମାଣ ପାଇଁ ପ୍ରସ୍ତାବ ଗ୍ରହଣ କରିଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମଙ୍ଗଳବାର ଲୁଣାନଦୀ ସଂଲଗ୍ନ ତେରଗାଁ ନଦୀବନ୍ଧ ଉପରେ ହାଇଲେଭଲ ସେତୁର ଆନୁଷ୍ଠାନିକ ଭାବେ ଶିଳାନ୍ୟାସ କରିଥିଲେ। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପ୍ରାଥମିକ ଅଟକଳ ୭୦ କୋଟି ଟଙ୍କା ବ୍ୟୟ ଅଟକଳରେ ୩୬୦ ମିଟର ଲମ୍ବ ଓ ୧୨ଟି ପିଲରରେ ସେତୁ ନିର୍ମାଣ ହେବ। ବୁଧବାରଠାରୁ ମୃତ୍ତିକା ଖନନ କାର୍ଯ୍ୟ ଆରମ୍ଭ ହୋଇଛି ବୋଲି ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ ରାଜେଶ ପ୍ରଧାନ କହିଛନ୍ତି। ଏହି ସେତୁ ନିର୍ମାଣ ଶେଷ ହେଲେ ସିଧାସଳଖ ୭ଟି ପଞ୍ଚାୟତ ସମେତ ପାରାଦୀପ ବନ୍ଦରକୁ ସଂଯୋଗ ହୋଇପାରିବ। ଏଥିସହ ବ୍ଲକ ମୁଖ୍ୟାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ତହସିଲକୁ ଯାତାୟାତ ସୁବିଧା ହେବ ବୋଲି ତେରଗାଁ ପଞ୍ଚାୟତ ପୂର୍ବତନ ସରପଞ୍ଚ ଅରକ୍ଷିତ ବେହେରା, ପ୍ରଫୁଲ୍ଲ କୁମାର ସ୍ବାଇଁ, ସୁଧୀର ମହାପାତ୍ର, ରତ୍ନାକର ବେହେରା, ରବୀନ୍ଦ୍ର କୁମାର ସ୍ବାଇଁ ପ୍ରମୁଖ କହିଛନ୍ତି। ଅପରପକ୍ଷରେ ତେରଗାଁ ସଂଲଗ୍ନ ଏହି ଲୁଣାନଦୀ ଫେରିଘାଟ ପାର ହୋଇ ସଂଖ୍ୟାଧିକ ଲୋକ, ଛାତ୍ରୀଛାତ୍ର ମହାକାଳପଡ଼ା ବ୍ଲକ ମୁଖ୍ୟାଳୟକୁ ଯାତାୟାତ କରୁଥିବା ଦେଖିବାକୁ ମିଳୁଛି। ସେତୁ ନିର୍ମାଣ ଶେଷ ହେଲେ ବିପଦସଙ୍କୁଳ ଫେରିଘାଟ ଯାତାୟାତ ଯୁଗ ଶେଷ ହେବ ବୋଲି ବୁଦ୍ଧିଜୀବୀ ବିରଞ୍ଚି ନାରାୟଣ ଦାସ କହିଛନ୍ତି। ବ୍ଲକ ଅଞ୍ଚଳର ସଂଖ୍ୟାଧିକ ଶ୍ରମିକ ପାରାଦୀପ ଶିଳ୍ପ କାରଖାନାକୁ ଏହି ଲୁଣାନଦୀ ପାର ହୋଇ ଯାତାୟାତ କରୁଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?