କେସିଙ୍ଗା, ୨୪।୬ (ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମପଞ୍ଚାୟତ ଅଧୀନ ଗେଠିପଡା ଉଲସ୍ତିଯୋରକୁ ଜୟନ୍ତପୁର ସହିତ ସଂଯୋଗ କରିବା ପାଇଁ ଆର୍ଡି ବିଭାଗ ପକ୍ଷରୁ ବ୍ରିଜ କାମ ଚାଲିଛି । ଏହି ବ୍ରିଜ ନିର୍ମାଣ ହେଲେ କନ୍ତେଶିର, ମାଝିପଡା, ଗେଠିପଡା ଓ ଜୟନ୍ତପୁରର ଲୋକଙ୍କ ଗମନାଗମନ କ୍ଷେତ୍ରରେ ସୁବିଧା ହୋଇପାରିବ। କିନ୍ତୁ ଜଙ୍ଗଲ ଭିତରେ ଥିବା ଗ୍ରାମ ଜୟନ୍ତପୁରକୁ ସଂଯୋଗ କରିବା ପାଇଁ ଏହି ବ୍ରିଜ କାମ ଗତ ୨୦୧୮-୧୯ ଆର୍ଥିକ ବର୍ଷରୁ ଟେଣ୍ଡର ହୋଇ ନିର୍ମାଣାଧୀନ ରହିଛି । ବିନା ସୂଚନାଫଳକରେ ଏହି ବ୍ରିଜ ନିର୍ମାଣ ଚାଲିଛି । ରାଜ୍ୟ ସରକାର ପ୍ରତ୍ୟେକ ଉନ୍ନତିମୂଳକ କାର୍ଯ୍ୟର ସମ୍ପୂର୍ଣ୍ଣ ସୂଚନା ଦେବା ପାଇଁ ନିୟମ କରିଥିଲେ ସୁଦ୍ଧା ସେଥିରେ ବ୍ୟତିକ୍ରମ ଦେଖାଯାଉଛି । ଏହି କାମ ନିମ୍ନମାନର ହେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ବିଭାଗୀୟ ଇଞ୍ଜିନିୟର କିମ୍ବା ଏସ୍ଡିଓ ଉପସ୍ଥିତ ରହୁ ନ ଥିବାରୁ କାମର ମାନ ନିର୍ଦ୍ଧାରଣ କରିବା କଷ୍ଟକର ହୋଇଛି। ଏନେଇ ଆର୍ଡି ବିଭାଗର ଏସ୍ଡିଓଙ୍କୁ ପଚାରିବାରୁ ବର୍ତ୍ତମାନ ବର୍ଷା ଋତୁ ପାଇଁ କାମ ବନ୍ଦ ରହିଛି । ବ୍ରିଜ କାମ ସମୟରେ ଜଣେ ଏସ୍ଡିଓ ସେଠାରେ ଦିନ ତମାମ ବସି ରହିବା ସମ୍ଭବ ନୁହେଁ ବୋଲି ସେ କହିଛନ୍ତି।
Posted inଆମ ଜିଲା ଖବର, କଳାହାଣ୍ଡି View All
ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ: ଏହି ତାରିଖ ଯାଏ…
ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…
ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା
ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…
ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…
ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…
ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…
ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…
‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ…
ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…
୨୨ ବସ୍ତା ଚାଉଳ ସହ ଜିପ୍ ଜବତ, ଡ୍ରାଇଭର ଅଟକ
କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ ଜିପ୍ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…
ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…
ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…
୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ
ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…
Archives

