ବିନା ସୂଚନା ଫଳକରେ ଚାଲିଛି ବ୍ରିଜ କାମ

କେସିଙ୍ଗା, ୨୪।୬ (ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମପଞ୍ଚାୟତ ଅଧୀନ ଗେଠିପଡା ଉଲସ୍ତିଯୋରକୁ ଜୟନ୍ତପୁର ସହିତ ସଂଯୋଗ କରିବା ପାଇଁ ଆର୍‌ଡି ବିଭାଗ ପକ୍ଷରୁ ବ୍ରିଜ କାମ ଚାଲିଛି । ଏହି ବ୍ରିଜ ନିର୍ମାଣ ହେଲେ କନ୍ତେଶିର, ମାଝିପଡା, ଗେଠିପଡା ଓ ଜୟନ୍ତପୁରର ଲୋକଙ୍କ ଗମନାଗମନ କ୍ଷେତ୍ରରେ ସୁବିଧା ହୋଇପାରିବ। କିନ୍ତୁ ଜଙ୍ଗଲ ଭିତରେ ଥିବା ଗ୍ରାମ ଜୟନ୍ତପୁରକୁ ସଂଯୋଗ କରିବା ପାଇଁ ଏହି ବ୍ରିଜ କାମ ଗତ ୨୦୧୮-୧୯ ଆର୍ଥିକ ବର୍ଷରୁ ଟେଣ୍ଡର ହୋଇ ନିର୍ମାଣାଧୀନ ରହିଛି । ବିନା ସୂଚନାଫଳକରେ ଏହି ବ୍ରିଜ ନିର୍ମାଣ ଚାଲିଛି । ରାଜ୍ୟ ସରକାର ପ୍ରତ୍ୟେକ ଉନ୍ନତିମୂଳକ କାର୍ଯ୍ୟର ସମ୍ପୂର୍ଣ୍ଣ ସୂଚନା ଦେବା ପାଇଁ ନିୟମ କରିଥିଲେ ସୁଦ୍ଧା ସେଥିରେ ବ୍ୟତିକ୍ରମ ଦେଖାଯାଉଛି । ଏହି କାମ ନିମ୍ନମାନର ହେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ବିଭାଗୀୟ ଇଞ୍ଜିନିୟର କିମ୍ବା ଏସ୍‌ଡିଓ ଉପସ୍ଥିତ ରହୁ ନ ଥିବାରୁ କାମର ମାନ ନିର୍ଦ୍ଧାରଣ କରିବା କଷ୍ଟକର ହୋଇଛି। ଏନେଇ ଆର୍‌ଡି ବିଭାଗର ଏସ୍‌ଡିଓଙ୍କୁ ପଚାରିବାରୁ ବର୍ତ୍ତମାନ ବର୍ଷା ଋତୁ ପାଇଁ କାମ ବନ୍ଦ ରହିଛି । ବ୍ରିଜ କାମ ସମୟରେ ଜଣେ ଏସ୍‌ଡିଓ ସେଠାରେ ଦିନ ତମାମ ବସି ରହିବା ସମ୍ଭବ ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ବାଇକ୍‌ରେ କାମକୁ ଯାଉଥିଲେ ଯୁବକ, ଧକ୍କା ଦେଲା ଟ୍ରାକ୍ଟର: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?