ମୌଳିକ ସୁବିଧା ପାଇଁ ବାଧକ ହେଉଛି ସେତୁ

କେନ୍ଦ୍ରାପଡ଼ା ଅଫିସ, ୩୧ା୧୦: କେନ୍ଦ୍ରାପଡ଼ା ଜିଲା ସଦର ମହକୁମାର ୪୮ କିଲୋମିଟର ଦୂରରେ ମହାକାଳପଡା ବ୍ଲକ ବତିଘର ପଞ୍ଚାୟତ ଅବସ୍ଥିତ। ଏହି ପଞ୍ଚାୟତର ମାତ୍ର ୧୦ କିଲୋମିଟର ଦୂରରେ ଜଗତ୍‌ସିଂହପୁର ଜିଲାର ପାରାଦୀପ ଶିଳ୍ପାଞ୍ଚଳ। ଗୋଟିଏ ପାର୍ଶ୍ୱରେ ପ୍ରାଚୁର୍ଯ୍ୟ ରହିଥିବା ବେଳେ ଏପଟେ ବତିଘର ପଞ୍ଚାୟତବାସୀ ସଦର ମହକୁମାକୁ ବେଳ ଅବେଳରେ ଧାଇଁ ଯିବା ସମ୍ଭବ ନୁହେଁ। ଶିକ୍ଷା, ସ୍ବାସ୍ଥ୍ୟ, ବିଦ୍ୟୁତ୍‌ଠାରୁ ପାନୀୟ ଜଳ ପର୍ଯ୍ୟନ୍ତ ସମସ୍ୟାରେ ପଞ୍ଚାୟତର ପ୍ରାୟ ୫ ହଜାର ଅଧିବାସୀ ହନ୍ତସନ୍ତ ହେଉଛନ୍ତି। ୮ଟି ରାଜସ୍ବ ଗ୍ରାମକୁ ନେଇ ପଞ୍ଚାୟତ ଗଠନ ହୋଇଥିବା ବେଳେ ଏଠାରେ ଥିବା ବତିଘର ଓ ହୁକିଟୋଲାକୁ ୨୦୧୬ ମସିହାରେ ରାଜ୍ୟ ପର୍ଯ୍ୟଟନ କ୍ଷେତ୍ର ମାନ୍ୟତା ମିଳିଛି। ଏସବୁ ସତ୍ତ୍ୱେ ସାମଗ୍ରିକ ବିକାଶରେ ଖରିନାସୀ ସେତୁ, ପ୍ରତି ଗ୍ରାମକୁ ରାସ୍ତା ଓ ବନାଞ୍ଚଳର ମାନ୍ୟତା ବାଧକ ସାଜିଛି। ଉଦ୍‌ବେଗର ବିଷୟ ଯେ, ପଞ୍ଚାୟତରେ ସାକ୍ଷରତା ହାର ମାତ୍ର ୬୬.୧୨ ପ୍ରତିଶତ। ପ୍ରାୟ ୭୫ ପ୍ରତିଶତ ପୁରୁଷ ସାକ୍ଷର ହୋଇଥିବା ବେଳେ ୩୪ ପ୍ରତିଶତ ମହିଳା ପାଠ ପଢ଼ିବା ପାଇଁ ଆଗ୍ରହ ପ୍ରକାଶ କରିଥିବା ୨୦୧୧ ଜନଗଣନା ସୂଚନାରୁ ତଥ୍ୟ ମିଳିଛି। ଚାଷ ଓ ମାଛ ଏହି ଅଞ୍ଚଳବାସୀଙ୍କ ଜୀବିକା। ବତିଘର, ଫଲସ ପଏଣ୍ଟ, ହୁକିଟୋଲାକୁ ପର୍ଯ୍ୟଟନ ଭିତ୍ତିଭୂମି ଯୋଗାଇଲେ ଆର୍ଥିକ ବିକାଶ ହୋଇପାରିବ। ସେହିପରି ଶିଳ୍ପକୁ ଅପେକ୍ଷା କରିଥିବା ଯୁବବର୍ଗଙ୍କୁ ଉପଯୁକ୍ତ ତାଲିମ, ବ୍ୟାଙ୍କ ଋଣ ଆଦି ସହଯୋଗ ଆବଶ୍ୟକତା ଅଛି। ଜଗତ୍‌ସିଂହପୁର ଜିଲା ଶିଳ୍ପ ଦ୍ୱାରା ଏଠାରେ ନଷ୍ଟ ହେଉଥିବା ପରିବେଶକୁ ସଜାଡିବା ସମ୍ପର୍କରେ ସ୍ଥାନୀୟ ଅଧିବାସୀ ଓ ବୁଦ୍ଧିଜୀବୀମାନେ ମତ ପ୍ରକାଶ କରିଛନ୍ତି।
ଏ ସମ୍ପର୍କରେ ସ୍ଥାନୀୟ ଅଧିବାସୀ ରବୀନ୍ଦ୍ର କୁମାର ଦାସ, ସୁଦର୍ଶନ ରାୟ, ନୀଳମାଧବ ମଣ୍ଡଳ, ସୁଭଦ୍ରା ରାୟ, ସାମାଜିକ କର୍ମୀ ବାନାମ୍ବର ସାହୁ ପ୍ରମୁଖ କହିଛନ୍ତି, ଦେଶ ସ୍ବାଧୀନ ହେବାର ୭୫ ବର୍ଷରେ ଅମୃତ ମହୋତ୍ସବ ପାଳନ ହେଉଛି। ଏହି ସମୟରେ ବତିଘର ପଞ୍ଚାୟତବାସୀ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ପରି ମୌଳିକ ସମସ୍ୟାରେ ଛନ୍ଦି ହୋଇପଡିଛନ୍ତି। ପ୍ରାକୃତିକ ପରିବେଶରେ ଭରପୂର ଏହି ପଞ୍ଚାୟତବାସୀଙ୍କ ପାଠପଢ଼ା ଓ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ଅବସ୍ଥାରେ ଅଛି। ପଡୋଶୀ ଜଗତ୍‌ସିଂହପୁର ଜିଲା ଶିଳ୍ପରୁ ବାହାରୁଥିବା ବର୍ଜ୍ୟବସ୍ତୁ ନଦୀଜଳରେ ଛଡାଯାଉଥିବା ବେଳେ ବାୟୁ, ଜଳ ଦୂଷିତ ହେଉଛି। ଫଳରେ ଚର୍ମ ରୋଗଠାରୁ ଆରମ୍ଭ କରି କର୍କଟ ରୋଗ ଏଠାରେ ଦେଖାଯାଉଛି। ପଞ୍ଚାୟତ ଅଧୀନରେ ହୁକିଟୋଲା, ବତିଘର, ଫଲ୍‌ସ ପଏଣ୍ଟ ଇଂରେଜ ଶାସନ ଓ ନୌବାଣିଜ୍ୟର ସ୍ବାକ୍ଷର ବହନ କରୁଛି। ଖରିନାସୀ ନଦୀକୂଳରେ ଥିବା ଏହି ବତିଘର ୧୮୩୬ ଡିସେମ୍ବରରେ ନିର୍ମାଣ ଆରମ୍ଭ ହୋଇଥିଲା। ୧୮୩୭ ଅକ୍ଟୋବର ୧୬ରେ ଏଠାରେ ପ୍ରଥମଥର ପାଇଁ ଆଲୋକ ପ୍ରଜ୍ୱଳନ କରାଯାଇଥିଲା। ଯାହା ଅଦ୍ୟାବଧି କାର୍ଯ୍ୟକ୍ଷମ ଅଛି। ୨୦୧୬ରୁ ଏହି ସ୍ଥାନ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଥିଲେ ମଧ୍ୟ ଏହା ଏବେ ବି ଅବହେଳିତ ହୋଇରହିଛି। ୧୨୫ ଫୁଟ ଉଚ୍ଚତା ବିଶିଷ୍ଟ ଏହି ବତିଘର ପରିସରରେ ଖ୍ରୀଷ୍ଟିଆନ ଧର୍ମାବଲମ୍ବୀଙ୍କ ପଥର ନିର୍ମିତ ପୁରାତନ କବର ଓ କୂଅ ଅଛି। ଏହି ଐତିହ୍ୟସ୍ଥଳର ଭିତ୍ତିଭୂମି ସୁଦୃଢ଼ ସହ ଜିଲାର ଗ୍ରାମୀଣ ହସ୍ତଶିଳ୍ପ ଉପତ୍ାଦ ବିକ୍ରି ପାଇଁ ଏକ ସୁଦୃଶ୍ୟ ମଣ୍ଡି ଖୋଲା ଗଲେ ପର୍ଯ୍ୟଟନ କ୍ଷେତ୍ରର ଶ୍ରୀବୃଦ୍ଧି ହେବ। ତୁରନ୍ତ ସ୍ବାସ୍ଥ୍ୟସେବା ପାଇଁ ବୋଟ୍‌ ଆମ୍ବୁଲାନ୍ସ ବ୍ୟବସ୍ଥା ହୋଇଛି। ତେବେ ଏହା ପର୍ଯ୍ୟାପ୍ତ ନୁହେଁ। ଖରିନାସୀ ସେତୁ ନିର୍ମାଣ ବିଳମ୍ବଜନିତ କାରଣରୁ ଏହି ପଞ୍ଚାୟତକୁ ଅଦ୍ୟାବଧି ଅଗ୍ନିଶମ ଗାଡି, ଆମ୍ବୁଲାନ୍ସ ଆସିପାରୁନାହିଁ। ଶିକ୍ଷାକୁ ନେଇ ସଚେତନତା ନ ଥିବାରୁ ବାଲ୍ୟ ବିବାହ ଏଠାରେ ଦେଖିବାକୁ ମିଳୁଛି। ସେହିପରି ବନାଞ୍ଚଳକୁ କେତେକ ଜବରଦଖଲ କରିଥିବାରୁ ଏଥିପ୍ରତି କାର୍ଯ୍ୟାନୁଷ୍ଠାନ ଆବଶ୍ୟକ। ଉନ୍ନୟନ କାର୍ଯ୍ୟ ପାଇଁ ସାମଗ୍ରୀ ପରିବହନରେ ସେତୁ ହିଁ ବାଧକ ସାଜିଛି। ସେହିପରି ପ୍ରତି ଗ୍ରାମକୁ ରାସ୍ତା, ତଟବନ୍ଧକୁ ଉଚ୍ଚା କରିବା, ହେନ୍ତାଳ ବଣର ସୁରକ୍ଷାକୁ ମତଦାତାମାନେ ଗୁରୁତ୍ୱ ଦେଇଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ଉପାନ୍ତ ଅଞ୍ଚଳରେ ଥିବା ଏହି ପଞ୍ଚାୟତ ବନ୍ୟା, ବାତ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟ ଘେରରେ ଅଛି। ଅଞ୍ଚଳବାସୀଙ୍କ ବିଭିନ୍ନ ସମସ୍ୟାର ନିରାକରଣ ବ୍ୟବସ୍ଥା ଜିଲା ପ୍ରଶାସନ, ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କରାଯାଉଛି। ଖରିନାସୀ ସେତୁ ନିର୍ମାଣକୁ ଅଧିକ ଗୁରୁତ୍ୱ ଦିଆ ଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri