Posted inଖେଳ

ବ୍ରିଜ୍‌ ଭୂଷଣଙ୍କ ଘନିଷ୍ଠ ସଞ୍ଜୟ ସଭାପତି ପ୍ରାର୍ଥୀ

ନୂଆଦିଲ୍ଲୀ, ୧ା୮:ସ୍ଥାନୀୟ ଅଲିମ୍ପିକ ଭବନରେ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ର ବିଭିନ୍ନ ପଦବୀ ପାଇଁ ସୋମବାର ପ୍ରାର୍ଥୀପତ୍ର ଦାଖଲର ଅନ୍ତିମ ଦିବସ ରହିଥିଲା। ସଭାପତି ପଦବୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିବା ୪ଜଣଙ୍କ ମଧ୍ୟରେ ବିଦାୟୀ ମୁଖ୍ୟ ବ୍ରିଜ ଭୂଷଣ ଶରଣ ସିଂଙ୍କ ଜଣେ ଅନ୍ୟତମ ଘନିଷ୍ଠ ଉତ୍ତର ପ୍ରଦେଶର ସଞ୍ଜୟ ସିଂ ରହିଛନ୍ତି। ବ୍ରିଜ ଭୂଷଣଙ୍କ ଶିବିରରୁ ପ୍ରାର୍ଥୀ ହୋଇଥିବା ଚଣ୍ଡିଗଡ଼ କୁସ୍ତି ସଂଘର ଦର୍ଶନ ଲାଲ୍‌ ସାଧାରଣ ସମ୍ପାଦକ ପଦବୀ ପାଇଁ ନିର୍ବାଚନ ଲଢିବେ। ଉତ୍ତରାଖଣ୍ଡର ଏସ୍‌ପି ଦେଶଓ୍ବାଲ କୋଷାଧ୍ୟକ୍ଷ ପଦ ପାଇଁ ତାଙ୍କ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଡବ୍ଲ୍ୟୁଏଫ୍‌ଆଇ ନିର୍ବାଚନ ଅଗଷ୍ଟ ୧୨ରେ ହେବ। ସେମାନଙ୍କ ପ୍ରତି ୨୫ଟି ରାଜ୍ୟ ୟୁନିଟ୍‌ ମଧ୍ୟରୁ ୨୨ଟିର ସମର୍ଥନ ରହିଥିବା ବ୍ରିଜ ଭୂଷଣଙ୍କ ଗୋଷ୍ଠୀ ଦାବି କରୁଛନ୍ତି। ସେମାନଙ୍କ ଦଳ ସମସ୍ତ ୧୫ଟି ପଦବୀରେ ବିଜୟ ଲାଭ କରିବ ବୋଲି ଦମ୍ଭୋକ୍ତି ପ୍ରକାଶ କରି କହିଛନ୍ତି। ଡବ୍ଲ୍ୟୁଏଫ୍‌ଆଇ ନିର୍ବାଚନ ପାଇଁ ଜମ୍ମୁ ଓ କଶ୍ମୀର ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ମହେଶ ମିତ୍ତଲ କୁମାର ରିଟର୍ନିଂ ଅଫିସର ଭାବେ ନିଯୁକ୍ତି ପାଇଛନ୍ତି। ପ୍ରାର୍ଥିପତ୍ର ଦାଖଲ ଶେଷ ତାରିଖ ଅଗଷ୍ଟ ୭ ତାରିଖ ରଖାଯାଇଛି। ଜଷ୍ଟିସ କୁମାରଙ୍କ ସୂଚନା ଅନୁସାରେ ସଭାପତି ପାଇଁ ୪ଜଣ ପ୍ରାର୍ଥୀ ରହିଛନ୍ତି। ସେହିପରି ସିନିୟର ଉପସଭାପତି ପାଇଁ ୩, ଉପସଭାପତି ଲାଗି ୬, ସାଧାରଣ ସମ୍ପାଦକ ପାଇଁ ୩, କୋଷାଧ୍ୟକ୍ଷ ଲାଗି ୨, ଯୁଗ୍ମ ସମ୍ପାଦକ ପାଇଁ ୩ ଏବଂ ୫ କାର୍ଯ୍ୟନିର୍ବାହୀ ସଦସ୍ୟ ପାଇଁ ୯ ଜଣ ଏହିପରି ମୋଟ ୩୦ଜଣ ସେମାନଙ୍କ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ମଙ୍ଗଳବାର ସମସ୍ତ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ। ସଭପତି ପଦ ପାଇଁ ଜଣେ ମହିଳା ମଧ୍ୟ ପ୍ରାର୍ଥୀ ହୋଇଥିବା ଜଷ୍ଟିସ କୁମାର ପ୍ରକାଶ କରିଛନ୍ତି। ଡବ୍ଲ୍ୟୁଏଫ୍‌ଆଇ କାର୍ଯ୍ୟନିର୍ବାହୀ କମିଟି ସଦସ୍ୟ ପାଇଁ ପ୍ରାର୍ଥୀଙ୍କ ମଧ୍ୟରେ ଜଣେ ମହିଳା ଅନୀତା ଶେଓରାନ ରହିଛନ୍ତି। ସେ ଓଡ଼ିଶାରୁ ପ୍ରତିନିଧିତ୍ୱ କରୁଛନ୍ତି। ସେ ବ୍ରିଜ ଭୂଷଣଙ୍କ ବିରୋଧରେ ହୋଇଥିବା ଯୌନଶୋଷଣ ଅଭିଯୋଗ ମାମଲାର ଅନ୍ୟତମ ସାକ୍ଷୀ। ଡବ୍ଲ୍ୟୁଏଫ୍‌ଆର ୧୫ଟି ପଦବୀ ପାଇଁ ବ୍ରିଜ ଭୂଷଣଙ୍କ ଗୋଷ୍ଠୀର ୧୮ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ପ୍ରତିଦ୍ୱନ୍ଦ୍ୱୀ ଗୋଷ୍ଠୀ କିନ୍ତୁ ସେମାନେ କେଉଁ ପଦବୀ ପାଇଁ ନିର୍ବାଚନ ଲଢୁଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri