ବାହାରିଆ ପ୍ରାର୍ଥୀ କହି ହେଉଛି ବିରୋଧ

ବ୍ରଜରାଜନଗର,୭ା୪(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ସକାଶେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇସାରିଛି। ତିନି ଦଳର କର୍ମୀଙ୍କୁ ବାଦ୍‌ ଦେଲେ ଅନ୍ୟ କେତେକ ସଚେତନ ନାଗରିକ ତିନି ପ୍ରାର୍ଥୀଙ୍କୁ ବାହାରିଆ କହି ବିରୋଧ କରିବା ଆରମ୍ଭ କରିଦେଲେଣି। ଏପରି କି ପୋଷ୍ଟର ଲଗାଇ ବିରୋଧ ପ୍ରଦର୍ଶନ କଲେଣି। ଏହାକୁ ନେଇ ବ୍ରଜରାଜନଗର ରାଜନୀତି ସରଗରମ ହୋଇଉଠିଛି।

ଏଠାରେ ଭାଜପାରୁ ପ୍ରାର୍ଥୀ ହୋଇଥିବା ସୁରେଶ ପୂଜାରୀ ହେଉଛନ୍ତି ସମ୍ବଲପୁରର। ୨୦୧୯ରେ ସେ ଏମ୍‌ପି ପ୍ରାର୍ଥୀ ଭାବେ ବିଜୟୀ ହୋଇଥିବା ବେଳେ ବ୍ରଜରାଜନଗରରୁ ୯୦ହଜାରରୁ ଊର୍ଦ୍ଧ୍ୱ ଭୋଟ ପାଇଥିଲେ। ହେଲେ ବିଗତ ୫ବର୍ଷ ଭିତରେ ଅଞ୍ଚଳରେ ସେଭଳି କୌଣସି ଆଖିଦୃଶିଆ କାମ ହୋଇ ନ ଥିବାରୁ ତାଙ୍କୁ ଲୋକଙ୍କ ଆକ୍ରୋଶର ଶିକାର ହେବାକୁ ପଡିପାରେ ବୋଲି ବୁଦ୍ଧିଜୀବୀମାନେ ମତ ଦିଅନ୍ତି।

ସେହିପରି କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା କିଶୋର ପଟେଲଙ୍କ ଘର ସୁନ୍ଦରଗଡ଼ରେ। ସେ ନିର୍ବାଚନ ସମୟ ଆସିଲେ ନର୍ଦ୍ଦିଷ୍ଟ କେତେଜଣ ଲୋକଙ୍କୁ ସାଥିରେ ଧରି ପ୍ରଚାର କରନ୍ତି ବୋଲି ଚା ଖଟିରେ ଆଲୋଚନା ହେଉଛି। ଅନ୍ୟପକ୍ଷେ ସାଧାରଣ ଭୋଟରଙ୍କ ଦ୍ୱାରା ସେ କେତେ ଗ୍ରହଣୀୟ ହୋଇପାରିବେ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

ସେହିପରି ଶାସକ ଦଳର ପ୍ରାର୍ଥତ୍ନୀ ଅଳକା ମହାନ୍ତି ଝାରସୁଗୁଡାର ବାସିନ୍ଦା। ତାଙ୍କ ସ୍ବାମୀ ସ୍ବର୍ଗତ କିଶୋର ମହାନ୍ତିଙ୍କ ଝାରସୁଗୁଡା ଓ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ବିକାଶରେ ପ୍ରମୁଖ ଭୂମିକା ରହିଥିଲା। ହେଲେ ପ୍ରାର୍ଥୀମାନଙ୍କୁ ବିରୋଧ କରି ବ୍ରଜରାଜନଗର ଅଞ୍ଚଳର କେତେଜଣ ଯୁବଭୋଟର ଗୋବ୍ୟାକ ବ୍ୟାନର ଲଗାଇ ବିରୋଧ ପ୍ରଦର୍ଶନ କରୁଛନ୍ତି। ତେବେ ନାମାଙ୍କନ ସମୟ ଆଗକୁ ଥିବାରୁ ଏହି ବିରୋଧ ପ୍ରଦର୍ଶନକାରୀଙ୍କ ଆଭିମୁଖ୍ୟ କ’ଣ ରହିବ ତାହା ସେତେବେଳେ ଜଣାପଡିବ ବୋଲି ଏଠାରେ ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri