Posted inଖେଳ

ଓ୍ବାଶିଂଟନ୍‌ ସୁନ୍ଦରଙ୍କ ଚମତ୍କାର ବୋଲିଂ: ନ୍ୟୁଜିଲାଣ୍ଡ ୨୫୯ ରନ୍‌ରେ ଅଲଆଉଟ

ପୁଣେ,୨୪ା୧୦(ପି.ଟି.): ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ୨୫୯ ରନ୍‌ରେ ଅଲଆଉଟ ହୋଇଛି। ଜବାବରେ ପ୍ରଥମ ଦିନର ଷ୍ଟମ୍ପ ଅପସାରଣ ବେଳକୁ ଭାରତ ୧ ଉଇକେଟରେ ୧୬ ରନ୍‌ ସ୍କୋର କରିଛି। ଭାରତ ପକ୍ଷରୁ ଓ୍ବାଶିଂଟନ୍‌ ସୁନ୍ଦର ଚମତ୍କାର ବୋଲିଂ କରି ୭ ଉଇକେଟ ନେଇଛନ୍ତି। ଭାରତ ଏହି ମ୍ୟାଚ୍‌ରେ ଲୋକେଶ ରାହୁଲ, କୁଲଦୀପ ଯାଦବ ଓ ମହମ୍ମଦ ସିରାଜଙ୍କ ସ୍ଥାନରେ ଶୁବମାନ ଗିଲ୍‌, ଓ୍ବାଶିଂଟନ୍‌ ସୁନ୍ଦର ଓ ଆକାଶ ଦୀପ୍‌ଙ୍କୁ ଖେଳାଇଥିଲା। ଅନ୍ୟ ପକ୍ଷରେ ନ୍ୟୁଜିଲାଣ୍ଡ ମ୍ୟାଟ୍‌ ହେନରୀଙ୍କ ସ୍ଥାନରେ ମିଚେଲ ସାଣ୍ଟନରଙ୍କୁ ଖେଳାଇଥିଲା। ପୁଣେର ସ୍ପିନିଙ୍ଗ ଟ୍ରାକରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିଲା।
ଯଶପ୍ରୀତ୍‌ ବୁମ୍‌ରା ଓ ଆକାଶ ଦୀପ ମାତ୍ର ୧୪ ଓଭର ବୋଲିଂ କରି ଉଇକେଟ ଶୂନ୍ୟ ରହିଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ଦୁଇ ଓପନର ଟମ୍‌ ଲାଥାମ୍‌(୧୫) ଓ ଡେଭନ୍‌ କନ୍‌ଓ୍ବେ(୭୬) ସତର୍କତାର ସହ ବ୍ୟାଟିଂ ଆରମ୍ଭ କରି ୩୨ ରନ୍‌ ଯୋଡିଥିଲେ। ଲାଥାମଙ୍କୁ ଲେଗ୍‌ ବିଫୋର କରି ଅଶ୍ୱିନ ଭାରତକୁ ପ୍ରଥମ ସଫଳତା ପ୍ରଦାନ କରିଥିଲେ। ପରେ ଓ୍ବିଲ ୟଙ୍ଗ(୧୮) କ୍ରିଜରେ ଯୋଗ ଦେଇ କନ୍‌ଓ୍ବେଙ୍କ ସହ ୪୪ ରନ୍‌ ଯୋଡିଥିଲେ। ୟଙ୍ଗଙ୍କୁ ଆଉଟ କରି ଅଶ୍ୱିନ ଭାରତକୁ ଦ୍ୱିତୀୟ ସଫଳତା ପ୍ରଦାନ କରିଥିଲେ। ପ୍ରଥମ ମ୍ୟାଚ୍‌ର ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ରାଚିନ ରବୀନ୍ଦ୍ର ବ୍ୟାଟିଂ କରିବାକୁ ଆସି କନ୍‌ଓ୍ବେଙ୍କ ସହ ୬୨ ରନ୍‌ ଯୋଡିଥିଲେ। ୧୪୧ ବଲ୍‌ ଖେଳି କନ୍‌ଓ୍ବେ ୧୧ ଚୌକା ସହ ୭୬ ରନ୍‌ କରିଥିବା ବେଳେ ଅଶ୍ୱିନଙ୍କ ତୃତୀୟ ଶିକାର ହୋଇଥିଲେ। ରବୀନ୍ଦ୍ର ଦାୟିତ୍ୱପୂର୍ଣ୍ଣ ବ୍ୟାଟିଂ କରି ୬୫ ରନ୍‌ କରି ଚତୁର୍ଥ ଖେଳାଳି ଭାବେ ଆଉଟ ହେବା ପରେ ଦଳର ବିପର୍ଯ୍ୟୟ ଆରମ୍ଭ ହୋଇଥିଲା। ସେ ୧୦୫ ବଲ୍‌ ଖେଳି ୫ ଚୌକା ଓ ୧ଛକା ମାରି ସୁନ୍ଦରଙ୍କ ବଲରେ ବୋଲ୍ଡ ହୋଇଥିଲେ। ଏକଦା ୧୯୭/୩ ଥିବା ନ୍ୟୁଜିଲାଣ୍ଡ ଏହାର ଅନ୍ତିମ ୭ ଉଇକେଟ ୬୨ ରନ୍‌ ମଧ୍ୟରେ ହରାଇଥିଲା। ସମସ୍ତ ୭ ଉଇକେଟ ଅକ୍ତିଆର କରିବା ସହ ଟେଷ୍ଟ କ୍ୟାରିୟରର ଶ୍ରେଷ୍ଠ ବୋଲିଂ ଫିଗର ହାସଲ କରିଥିଲେ ଓ୍ବାଶିଂଟନ୍‌ ସୁନ୍ଦର। ସୁନ୍ଦରଙ୍କ ବ୍ୟତୀତ ରବିଚନ୍ଦ୍ରନ ଅଶ୍ୱିନ ୩ ଉଇକେଟ ନେଇଥିଲେ।
ଦିନର ୧୧ ଓଭର ଖେଳ ବାକି ରହିଥିବା ବେଳେ ଭାରତ ଷ୍ଟମ୍ପ ଅପସାରଣ ବେଳକୁ ୧ ଉଇକେଟ ହରାଇ ୧୬ ରନ୍‌ କରିଛି। ଅଧିନାୟକ ରୋହିତ ଶର୍ମା ଖାତା ଖୋଲିବା ଆଗରୁ ଟିମ୍‌ ସାଉଦିଙ୍କ ବଲରେ ଆଉଟ ହୋଇଥିଲେ। ଷ୍ଟମ୍ପସ ବେଳକୁ ଶୁବମାନ ଗିଲ୍‌ ୧୦ ଓ ଯଶସ୍ବୀ ଜୟସ୍ବାଲ ୬ ରନ୍‌ରେ ବ୍ୟାଟିଂ କରୁଛନ୍ତି। ହାତରେ ୯ ଉଇକେଟ ବାକି ରହିଥିବା ବେଳେ ଭାରତ ୨୪୩ ରନ୍‌ ପଛରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରତିବାଦ କରନ୍ତୁ, କିଛି କିଣାକିଣି ମଧ୍ୟ କରନ୍ତୁ, ରାଲି ପୂର୍ବରୁ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧।୧୧: କଂଗ୍ରେସ ନେତୃତ୍ୱାଧୀନ ‘ଇଣ୍ଡିଆ’ (INDIA) ମେଣ୍ଟ ଦିଲ୍ଲୀର ରାମଲୀଳା ମୈଦାନରେ ଏକ ସମାବେଶ ଆୟୋଜନ କରିବାକୁ ଯାଉଛି। ଏହି କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ ସମସ୍ତ…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

ସ୍ବାସ୍ଥ୍ୟ ପାଇଁ ସୁଧା: ବିଶ୍ୱ ଭେଗାନ୍‌ ଦିବସ

ସମଗ୍ର ବିଶ୍ୱରେ ଶାକାହାରୀ ଜୀବନଶୈଳୀ, ପରିବେଶ ସୁରକ୍ଷା ଏବଂ ପ୍ରାଣୀଙ୍କ ପ୍ରତି ଦୟାଭାବ ଜାଗ୍ରତ ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୧ରେ ପାଳନ କରାଯାଇଆସୁଛି ‘ବିଶ୍ୱ ଭେଗାନ୍‌ ଦିବସ’।…

CJP ଦୀପାବଳି ପାର୍ଟିରେ ଯୋଗ ଦେଲେ ବିରୋଧୀ ଦଳର ନେତା; ଅଭିଜିତ ଦୀପକେ, ସୌରଭ ଦାସଙ୍କୁ କ’ଣ କହିଲେ ସୁପ୍ରିୟା ସୁଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୧: ‘କକରୋଚ ଜନତା ପାର୍ଟି’ (CJP) ଏବଂ କେତେଜଣ ବିରୋଧୀ ଦଳର ନେତାଙ୍କ ମଧ୍ୟରେ ନିକଟତର ହେବାର ସଙ୍କେତ ମିଳୁଛି। ଶନିବାର, ତୃଣମୂଳ କଂଗ୍ରେସ, ସିପିଆଇ(ଏମ) (CPI(M))…

ଏଇ ଭାରତରେ

ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି।…

ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ଭାରତ

ଚଳିତ ୨୦୨୬ ମସିହାରେ ଗଣନା କରାଯାଇଥିବା ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ୧୨୨ଟି ଦେଶ ମଧ୍ୟରେ ଭାରତ ୧୦୩ତମ ସ୍ଥାନ ଅଧିକାର କରିଛି। ଏ କ୍ଷେତ୍ରରେ ଅର୍ଥନୈତିକ ଦୃଷ୍ଟିକୋଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?