ଗର୍ବ ନ ଆଣି ମନରେ କୃତଜ୍ଞତା ଆଣନ୍ତୁ : ତଥାଗତ

ଢେଙ୍କାନାଳ,୧୨ା୧ (ରତନ ନାୟାର):ଆମେ ଗର୍ବ ନ ଆଣି ମନରେ କୃତଜ୍ଞତା ଆଣିବା ଉଚିତ ବୋଲି ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ଢେଙ୍କାନାଳର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ବଜରଙ୍ଗ କ୍ଲବର ବାର୍ଷିକ ଉତ୍ସବ ‘ଆଗ୍ନେୟ-୨୦୨୫’ର ଦ୍ୱିତୀୟ ସନ୍ଧ୍ୟା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ତଥାଗତ କହିଛନ୍ତି, ଆମେ କାହିଁକି ଗର୍ବିତ ହେଉ। ପ୍ରକୃତରେ କିଏ ଗର୍ବିତ ହୋଇପାରେ। ସିଆଚେନ୍‌ରେ ସୁରକ୍ଷା ଦେଉଥିବା ସୈନିକଟିଏ ଯୁଦ୍ଧ ହେଉ ନ ଥିବା ସମୟରେ ଶୀତ କାକରରେ ରହୁଥିବାବେଳେ ଚାଷ କରୁଥିବା ଚାଷୀ ସାମାଜିକ ସ୍ତରରେ ସବୁଠୁ ତଳେ ରହିଛି ା ଚାଖଣ୍ଡେ ପେଟ ଯଦି କିଏ ପୂରାଇଥାଏ, ସେ ହେଉଛି ଚାଷୀ। ତେଣୁ ଆମେ ଗୌରବାନ୍ବିତ ନ ହୋଇ ଏ ମାଟି ପାଇଁ କୃତଜ୍ଞ ହେବା ଦରକାର ବୋଲି ସେ କହିଛନ୍ତି।
ସମ୍ମାନିତ ଅତିଥି ଭାବେ ଯୋଗଦେଇ ପୂର୍ବତନ ବିଧାୟକ ସୁଧୀର କୁମାର ସାମଲ କହିଛନ୍ତି, ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବଜରଙ୍ଗ କ୍ଲବ ଲୋକମାନଙ୍କୁ ସହାୟତାର ହାତ ବଢ଼ାଇଥାଏ। ଏହା ଏକ ରାଜନୈତିକ ଦଳର ଅନୁଷ୍ଠାନ ନୁହେଁ। ଏହା ସାମାଜିକ ଅନୁଷ୍ଠାନ, ଯିଏକି ସମସ୍ତଙ୍କର ସୁଖଦୁଃଖର ସାଥୀ ବୋଲି ସାମଲ କହିଛନ୍ତି। ଅନ୍ୟତମ ସମ୍ମାନିତ ଅତିଥି ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ କହିଛନ୍ତି, ସୁସ୍ଥ ସମାଜରେ ଯୁବକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବଜରଙ୍ଗ କ୍ଲବର ଆଗ୍ନେୟ ଉତ୍ସବ ଢେଙ୍କାନାଳର ଯୁବପିଢ଼ିଙ୍କୁ ଉତ୍ସାହିତ କରିଛି ବୋଲି ସେ କହିଛନ୍ତି। ଏହି ଅବସରରେ ଆମେରିକାରେ ବସବାସ କରୁଥିବା କଳିଙ୍ଗ ହସ୍ପିଟାଲ ଲିମିଟେଡ୍‌ର ଅଧ୍ୟକ୍ଷ ଡା. ସୀତାକାନ୍ତ ଦାଶଙ୍କୁ ବଜରଙ୍ଗ ସେବା ସମ୍ମାନରେ ସମ୍ମାନିତ କରାଯାଇଛି। ସୀତାକାନ୍ତଙ୍କ ସହିତ ତାଙ୍କ ସ୍ତ୍ରୀ କଳ୍ପନା ଦାଶ ମଧ୍ୟ ଉପସ୍ଥିତ ଥିଲେ। ସୀତାକାନ୍ତ କହିଛନ୍ତି, ସେ ପ୍ରବାସୀ ହେଲେ ମଧ୍ୟ ଜଣେ ଓଡ଼ିଆ ଭାବେ ନିଜକୁ ଗର୍ବ କରନ୍ତି। ଆମର ଶିକ୍ଷା, ସଂସ୍କୃତି, ଐତିହ୍ୟ ମହାନ୍‌ ବୋଲି ସେ ମତ ଦେଇଛନ୍ତି। ଅନୁଷ୍ଠାନର କାର୍ଯ୍ୟକାରୀ ସମ୍ପାଦକ ସନ୍ଦୀପ ଷଡ଼ଙ୍ଗୀ ସ୍ବାଗତ ଭାଷଣ ଏବଂ ସଭାପତି ମାନସ ରାଉତ ଧନ୍ୟବାଦ ଦେଇଛନ୍ତି। ଏହି ଅବସରରେ ଓଡ଼ିଆ ଚଳଚ୍ଚିତ୍ର ଜଗତର କଳାକାରମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମ ସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri